କନକ ବ୍ୟୁରୋ: ଓ୍ୱେଲମାର୍କ ଲୋପ୍ରେସରରେ ପରିଣତ ହେଲା ଲଘୁଚାପ । ଦକ୍ଷିଣ ପୂର୍ବ ବାଂଲାଦେଶ ଏହାର ଆଖପାଖ ଅଞ୍ଚଳରେ ଏହା କେନ୍ଦ୍ରୀଭୂତ ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ କିଛି ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । କାଲିଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବାକୁ ଥିବା ବେଳେ ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି କରଯାଇଛି । ସେହିପରି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲାଗୁଡିକ ହେଉଛି କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ, ଦେବଗଡ଼, ଅନୁଗୁଳ ଏବଂ ଢେଙ୍କାନାଳ । ଆଗାମୀ ୧୫ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।