କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ କଟକ-ଭୁବନେଶ୍ୱରରେ ବର୍ଷାଦିନେ ଉପୁଜୁଥିବା କୃତ୍ରିମ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଭୁବନେଶ୍ୱରର ପ୍ରାୟ ୮୦ ପ୍ରତିଶତ ଡ୍ରେନର ସଫେଇ କାର୍ଯ୍ୟ ସମାପ୍ତ ହୋଇଛି । ବାକି ରହିଥିବା ଡ୍ରେନ ଗୁଡ଼ିକର ସଫେଇ କାର୍ଯ୍ୟ ଜୁନ ୨୦ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱରରେ ଇସ୍କନ, କଟକ-ରୋଡ଼, ଅହଲ୍ୟା ନଗର, ସମ ହସ୍ପିଟାଲ ପାଖ ଆୟୁର୍ବେଦିକ କଲେଜ ଭଳି କେତେକ ପ୍ରମୁଖ ସ୍ଥାନରେ ବର୍ଷାଦିନେ ଜଳ ନିଷ୍କାସନର ଅସ୍ଥାୟୀ ବ୍ୟବସ୍ଥା କରାଯାଇଛି । ଏ ସବୁ ଜାଗା ଗୁଡ଼ିକରେ ସ୍ଥାୟୀ ସମାଧାନ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଇସ୍କନ ନିକଟରେ ଜଳମଗ୍ନ ହୋଇ ଯାତାୟାତରେ ବାଧା ସୃଷ୍ଟି କରୁଥିବାରୁ ଏହାର ସ୍ଥାୟୀ ସମାଧାନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭିନ୍ନ ଜାଗାରେ ଜଳ ବିଶୋଧନାଗାର ସ୍ଥାପନ କରି ଗଙ୍ଗୁଆ ନଦୀର ପାଣିକୁ ପ୍ରଦୂଷଣ ମୁକ୍ତ କରିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଏଥି ସହିତ ନାଳ ଗୁଡ଼ିକର ଦୀର୍ଘସ୍ଥାୟୀ ମରାମତି ଉପରେ ବୈଠକରେ ଆଲୋଚନା ହୋଇଛି । ସେହପରି କଟକରେ କୃତ୍ରିମ ଜଳବନ୍ଦୀ ସମସ୍ୟାର ମୁକାବିଲା ଓ ସମାଧାନ ପାଇଁ କରାଯାଇଥିବା ବ୍ୟବସ୍ଥା ସମ୍ପର୍କରେ କଟକ ମହାନଗର ନିଗମ କମିସନର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏଥିପାଇଁ ବିଭିନ୍ନ ବିଭାଗ ସହିତ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ବର୍ଷାଦିନକୁ ଦୃଷ୍ଟିରେ ରଖି ଜଳ ନିଷ୍କାସନ ସହିତ ଜଳବାହିତ ରୋଗର ପ୍ରତିରୋଧ ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଦୁଇ ମହାନଗର ନିଗମକୁ ନିର୍ଦ୍ଦେଶ ଦେଇଥିଲେ ।
ବର୍ଷା ଦିନେ କଟକ-ଭୁବନେଶ୍ୱରରେ କୃତ୍ରିମ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଡ୍ରେନ୍ ସଫେଇ କାମ ୨୦ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱରର ପ୍ରାୟ ୮୦ ପ୍ରତିଶତ ଡ୍ରେନର ସଫେଇ କାର୍ଯ୍ୟ ସମାପ୍ତ ହୋଇଛି । ବାକି ରହିଥିବା ଡ୍ରେନ ଗୁଡ଼ିକର ସଫେଇ କାର୍ଯ୍ୟ ଜୁନ ୨୦ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱରରେ ଇସ୍କନ, କଟକ-ରୋଡ଼, ଅହଲ୍ୟା ନଗର, ସମ ହସ୍ପିଟାଲ ପାଖ ଆୟୁର୍ବେଦିକ କଲେଜ ଭଳି କେତେକ ପ୍ରମୁଖ ସ୍ଥାନରେ ବର୍ଷାଦିନେ ଜଳ ନିଷ୍କାସନର ଅସ୍ଥାୟୀ ବ୍ୟବସ୍ଥା କରାଯାଇଛି ।
/kanak/media/media_files/2025/05/29/hBXpMSepPBeaJYE3rHFT.jpg)