୨୦ ତାରିଖରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ "ଶୋ', ବଡ଼ ଘୋଷଣା କରିବା ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସୂଚନା

୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ   ବଣ୍ଟନ କରାଯିବା ନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ମନ୍ତ୍ରୀଙ୍କ ସୂଚନା ମୁତାବକ ୨୦ ତାରିଖ ଅପରାହ୍ନ ୩ଟା ରେ ପ୍ରଧାନମନ୍ତ୍ରୀ ବିମାନବନ୍ଦରରେ ପହଂଚିବେ ।

kfldjfklf

କନକ ବ୍ୟୁରୋ : ୨୦ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ  ୨୦ ତାରିଖରେ ଅନ୍ତୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ  ବଣ୍ଟାଯିବ । ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ   ବଣ୍ଟନ କରାଯିବା ନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ମନ୍ତ୍ରୀଙ୍କ ସୂଚନା ମୁତାବକ ୨୦ ତାରିଖ ଅପରାହ୍ନ ୩ଟା ରେ ପ୍ରଧାନମନ୍ତ୍ରୀ ବିମାନବନ୍ଦରରେ ପହଂଚିବେ । ପ୍ରଥମେ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବା ପରେ ରୋଡ "ଶୋ' କରାଯିବ । ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ  ୨୦ ତାରିଖରେ ଅନ୍ତୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ  ବଣ୍ଟନ କରାଯିବ ।  ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ  ବଣ୍ଟନ କରାଯିବ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ  ନୂଆ ଯୋଜନା ଘୋଷଣା କରିବେ । ଏଥିରେ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନା ବି ଘୋଷଣା ହୋଇପାରେ । ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କର ବିଶେଷ ଆଗ୍ରହ ରହିଛି । ଯେଉଁଥିପାଇଁ ଗୋଟିଏ ବର୍ଷରେ ସେ ଷଷ୍ଠଥର ଓଡିଶା ଆସୁଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ରବି ନାୟକ । 
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe