ରାଜ୍ୟରେ ବଢୁଛି ଅନଲାଇନ ଟ୍ରେଡିଂ ଠକେଇ ; ୫ ବର୍ଷରେ ଠକିଗଲେଣି ପାଖାପାଖି ୬୦ ହଜାର ଲୋକେ

ବଢୁଛି ଅନଲାଇନ୍ ଟ୍ରେଡିଂ ଠକେଇ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଲିଖିତ ଉତ୍ତର । ପାଞ୍ଚ ବର୍ଷରେ ୫୯ ହଜାର ୪୩୭ ଜଣ ହୋଇଛନ୍ତି ଠକେଇର ଶିକାର । ଚଳିତ ବର୍ଷ ସର୍ବାଧିକ ଠକେଇ। 

48on

କନକ ବ୍ୟୁରୋ : ଅନଲାଇନ ଟ୍ରେଡିଙ୍ଗ ବର୍ତ୍ତମାନ ସମୟରେ ଠକେଇର ଏକ ପ୍ରମୁଖ ମାଧ୍ୟମ ପାଲଟିଛି। ବିଶେଷକରି ଯୁବ ପିଢି ଏହାର ଶିକାର ହେଉଛନ୍ତି । ଗତ ୫ ବର୍ଷ ଭିତରେ କେତେ ଯୁବପିଢି ଅନଲାଇନ ଟ୍ରେଡିଂ ଠକେଇର ଶିକାର ହୋଇଛନ୍ତି । ତାର ସମ୍ପୂର୍ଣ୍ଣ ତଥ୍ୟ ବିଧାନସଭାରେ ଉପସ୍ଥାପିତ ହୋଇଛି । 

କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି । ଗତ ୫ ବର୍ଷ ମଧ୍ୟରେ ୫୯ ହଜାର ୪୩୭ ଲୋକ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଛନ୍ତି । ୨୦୧୯ରେ ୧୮ ଜଣ, ୨୦୨୦ରେ ୨୮ ଜଣ, ୨୦୨୧ରେ ୨୨ ଜଣ ଏବଂ ୨୦୨୨ରେ ୧୦୫ ଜଣ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଥିଲେ । ତେବେ ୨୦୨୩ରେ ହଠାତ୍‌ ଏହା ଅହେତୁକ ଭାବେ ବଢି ୧୮ ହଜାର ୯୯୪ରେ ପହଞ୍ଚିଥିଲା  ଆଉ ଚଳିତ ବର୍ଷ ଏହା ରେକର୍ଡ ପାର୍ କରିଛି। ଏବର୍ଷ ୧୧ ମାସରେ ୪୦ ହଜାର ୨୭୦ ଜଣ ଅନଲାଇନ ଟ୍ରେଡିଂ କରି ଠକାମୀରେ ପଡିଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe