କନକବ୍ୟୁରୋ: ଘନୀଭୂତ ହେଉଛି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ସମ୍ଭାବନା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୫ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରିକରାଯାଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା କୋରାପୁଟ ଓ ମାଲକାନଗିରି ଜିଲ୍ଳାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୯ ଜିଲ୍ଳା ପାଇଁ ୟେଲୋ ୱାଣ୍ଣିଂ ଜାରି ହୋଇଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୯ତାରିଖରେ କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି ଓ କଳାହାଣ୍ଡି ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି। ୧୦ତାରିଖରେ ବି ୯ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। 

Advertisment