କାଲି ଉପକୂଳରେ ପ୍ରବଳ ବର୍ଷିବ ; ୩ ଘଣ୍ଟା ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କାଲି ଉପକୂଳରେ ପ୍ରବଳ ବର୍ଷିବ ; ଅବପାତରେ ପରିଣତ ହେଲା ଲଘୁଚାପ, ୩ ଘଣ୍ଟା ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ , ଆସନ୍ତାକାଲି ଉପକୂଳ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି  ।

111111111

କନକ ବ୍ୟୁରୋ : ଆସନ୍ତାକାଲି ପ୍ରବଳ ବର୍ଷା। ଆସନ୍ତାକାଲି ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ପୁରୀ, ଜଗତସିଂପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି । 

ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ କେନ୍ଦ୍ରୀଭୂତ ସଦୃଶ ଲଘୁଚାପ ଅବପାତର ରୂପ ନେଇଛି । ବର୍ତ୍ତମାନ ଅବପାତଟି ଗୋପାଳପୁର ଠାରୁ ୨୬୦ କିଲୋମିଟର ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ପାରାଦୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ଅବପାତ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ । ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂରେ ଗଭୀର ଅବପାତ ହେବ। ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଗଭୀର ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ  ଦେଇ ଛତିଶଗଡ଼ ମୁହାଁ ହେବ । ଏଲା ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସମେତ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। ଝଟକା ପବନ ଘଣ୍ଟାପ୍ରତି ୬୦ କିଲୋମିଟର ରହିପାରେ। ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe