କନକ ବ୍ୟୁରୋ: ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆଜି ପାଇଁ ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲି ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/06/18/weather-76ea1d51.jpg)