ଆଜି ଭୀଷଣ ବର୍ଷିବ ; ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଲଘୁଚାପ ସକ୍ରିୟ । ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ବର୍ଷା । ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଛେଚିବ ।

weather****

weather**** Photograph: (KanakNews)

କନକ ବ୍ୟୁରୋ: ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆଜି ପାଇଁ ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । 

ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲି ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe