କନକ ବ୍ୟୁରୋ: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା । ବର୍ତ୍ତମାନ ଉତ୍ତର ପଶ୍ଚିମବଙ୍ଗ ଓ ତତସଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସକ୍ରିୟ ରହିଛି। ଏହା ଉତ୍ତର ପୂର୍ବଦିଗକୁ ଗତି କରି ଆସନ୍ତା  ୨୪ ଘଣ୍ଟାରେ ଝାରଖଣ୍ଡ ଆଡକୁ  ଅଗ୍ରସର ହେବ ବୋଲି ପାଣିପାଗ ବିଭାଗ  ଆକଳନ କରିଛି।