ଆଜି ତୁହାକୁ ତୁହା ବର୍ଷା ;  ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Advertisment

 ଆଜି ତୁହାକୁ ତୁହା ବର୍ଷା ;  ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ। ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ ଗଞ୍ଜାମରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ।

 ଆଜି ତୁହାକୁ ତୁହା ବର୍ଷା ;  ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ। ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ ଗଞ୍ଜାମରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ।

88

କନକ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ତୁହାକୁତୁହା ବର୍ଷା। ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୪ ଜିଲ୍ଲା ହେଉଛି ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ ଗଞ୍ଜାମ। ଏହି ଚାରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି। ଆସନ୍ତା ୫ ଦିନ ପ୍ରବଳ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe