କନକ ବ୍ୟୁରୋ : ସକ୍ରିୟ ମୌସୁମୀ ସହ ଦକ୍ଷିଣ ଉତ୍ତର ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ସକ୍ରିୟ ମୌସୁମୀ ସହ ଦକ୍ଷିଣ ଉତ୍ତର ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି ।
ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶା ଯଥା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବର୍ଷା ପ୍ରଭାବରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସହ କଚ୍ଚା ରାସ୍ତା ନଷ୍ଟ ହେବାର ଆଶଙ୍କା ରହିଛି । ତେଣୁ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥାକୁ ଠିକ୍ କରିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଏସ୍ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।