କନକ ବ୍ୟୁରୋ : ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଦେଶର ଦୁଇ ପ୍ରମୁଖ ପରୀକ୍ଷା ପରିଚାଳନା ସଂସ୍ଥା ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ପରିଚାଳନା ଟେକନିକ୍ ଅନୁଯାୟୀ ହେବ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ ଏହି ବଡ଼ ସୂଚନା ଦେଇଛନ୍ତି । ଓଟିଇଟି ପରୀକ୍ଷାରେ ବିଭ୍ରାଟ ହେବା ପରେ ଏହି ଦୁଇଟି ପରୀକ୍ଷା ପରିଚାଳନା ସଂସ୍ଥାର କୌଶଳକୁ ଅନୁଧ୍ୟାନ କରାଯାଇଛି ।
ଆସନ୍ତା ୨୭ ତାରିଖରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଡିଜି ଲକର, ବକ୍ସ, ଟ୍ରଙ୍କରେ ପ୍ରଶ୍ନପତ୍ର ପୁଲିସ ସହାୟତାରେ ଯିବ । ଜିଲ୍ଲାପାଳ, ଏସପି ଓ ଡିଇଓଙ୍କ ସହାୟତାରେ ପରୀକ୍ଷା କରାଯିବ । ବୋର୍ଡ ସଭାପତିଙ୍କ ସୂଚନା ଅନୁସାରେ, ୧୯୩ଟି କେନ୍ଦ୍ରରେ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହେବ । ଯାହା ପ୍ରଶ୍ନପତ୍ର ଢାଞ୍ଚା ରହିଥିଲା ସେହି ଅନୁଯାୟୀ ଏବଂ ସେହି ସେଣ୍ଟରରେ ପରୀକ୍ଷା ହେବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)
/kanak/media/media_files/2025/09/07/2-2025-09-07-16-27-32.jpg)