କନକ ବ୍ୟୁରୋ : ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ୍ ପରୀକ୍ଷା ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ବିଭାଗରେ ଦୁଇ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପ୍ରାକ୍ଟିକାଲ୍ ଓ ପରୀକ୍ଷା ଦେବେ। ବିଜ୍ଞାନ ବିଭାଗରେ ସର୍ବାଧିକ ୧ଲକ୍ଷ ରୁ ଅଧିକ ଓ କଳା ବିଭାଗରେ ପ୍ରାୟ ୮୦ ହଜାର ପରୀକ୍ଷାର୍ଥୀ ରହିଛନ୍ତି । ଜାନୁଆରି ୧୫ ପର୍ଯ୍ୟନ୍ତ ଚାଲିବାକୁ ଥିବା ପରୀକ୍ଷାରେ ବିଜ୍ଞାନ ବିଭାଗର ୧୨ଟି, କଳା ବିଭାଗର ୮, ବାଣିଜ୍ୟ ବିଭାଗର ଦୁଇ, ଧନ୍ଦାମୂଳକ ବିଭାଗର ୧୦ରୁ ଅଧିକ ବିଷୟରେ ପ୍ରାକ୍ଟିକାଲ ପରୀକ୍ଷା ହେବ । ପରୀକ୍ଷାର ୧୫ ମିନିଟ୍ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ରରେ ପହଞ୍ଚିବା ଆବଶ୍ୟକ ଏବଂ ପରୀକ୍ଷା ଆରମ୍ଭ ହେବାର ୩୦ ମିନିଟ୍ ପର୍ଯ୍ୟନ୍ତ ପରୀକ୍ଷାର୍ଥୀଙ୍କୁ ପ୍ରବେଶ ପାଇଁ ସୁଯୋଗ ମିଳିବା ପରୀକ୍ଷାରେ କୌଣସି ପ୍ରକାର ସମସ୍ୟା ଉପୁଜିଲେ, ତୁରନ୍ତ ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ଦୃଷ୍ଟିକୁ ଆଣିବାକୁ ପରିଷଦ ପକ୍ଷରୁ କୁହାଯାଇଛି । ପ୍ରାକ୍ଟିକାଲ୍ ପରୀକ୍ଷା ଅନୁଷ୍ଠିତ ହେବା ପରୀକ୍ଷା ପୂର୍ବରୁ ସମସ୍ତ କେନ୍ଦ୍ରରେ ସିସିଟିଭିକୁ ସୁନିଶ୍ଚିତ କରାଯାଇଛି। ପରୀକ୍ଷା ସମେତ ମୂଲ୍ୟାୟନ, ମାର୍କ ଫଏଲରେ ମାର୍କ ଚଢ଼ାଇବା, ଉତ୍ତରଖାତା ସଂଗ୍ରହ, ପରୀକ୍ଷକଙ୍କ ରିପୋର୍ଟ, ଉତ୍ତରଖାତା ପ୍ୟାକେଟ୍ ସିଲ୍ ପରି ବିଭିନ୍ନ କାର୍ଯ୍ୟକ୍ରମ ସିସିଟିଭି ନଜରରେ ହେବ ବୋଲି ଜଣାପଡିଛି ।
ଅଧିକ ପଢ଼ନ୍ତୁ : ବାହାରୁନି 'ଓଏଏସ୍' ପଦବୀ : ଆଶାୟୀ ହତାଶ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/01/02/education-2026-01-02-09-32-59.jpg)