ଏଲଓସିରେ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ :  ସାରା ରାତି ପାକ୍‌ ଆଉଟ୍‌ପୋଷ୍ଟରୁ ଗୁଳିବର୍ଷା

Advertisment

ଏଲଓସିରେ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ସାରା ରାତି ପାକିସ୍ତାନ ଆଉଟପୋଷ୍ଟରୁ ଗୁଳିବର୍ଷା ହୋଇଛି ।

Updated On

ଏଲଓସିରେ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ସାରା ରାତି ପାକିସ୍ତାନ ଆଉଟପୋଷ୍ଟରୁ ଗୁଳିବର୍ଷା ହୋଇଛି ।

ଅଦ୍ୟତନ ହୋଇଛି
LOC5

Photograph: (KanakNews )

କନକ ବ୍ୟୁରୋ: ଏଲଓସିରେ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ସାରା ରାତି ପାକିସ୍ତାନ ଆଉଟପୋଷ୍ଟରୁ ଗୁଳିବର୍ଷା ହୋଇଛି । ଏହାର କଡ଼ା ଜବାବ ଦେଇଛି ଭାରତୀୟ ସେନା । ଭାରତ-ପାକିସ୍ତାନ ପ୍ରକୃତ ନିୟନ୍ତ୍ରଣ ରେଖା ବା ଏଲ୍ଓସିରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଙ୍ଘନ କରି ସାରା ରାତି ଗୁଳି ଚଳାଇଛି । ଏହାର ଜବାବ ଦଇଛି ଭାରତୀୟ ସେନା । 

ଏବେ ସରିବ ଆତଙ୍କୀଙ୍କ ଖେଳ । ମାଟିରେ ମିଶୁଛି ଆତଙ୍କବାଦୀଙ୍କ ଘର । ଆଉ ୩ ଆତଙ୍କବାଦୀଙ୍କ ଘରକୁ ବିସ୍ଫୋରଣରେ ଉଡାଇ ଦିଆଯାଇଛି । ଘାଟୀରେ ସକ୍ରିୟ ଦୁଇ ଆତଙ୍କବାଦୀଙ୍କ ଘରକୁ ବିସ୍ଫେରଣରେ ଉଡାଇ ଦେଇଛନ୍ତି ଭାରତୀୟ ସେନା । ଏହସାନ ଅହମ୍ମଦ ଶେଖ୍, ସାହିଦ ଅହମ୍ମଦ ଓ ଜାକିରର ଘରକୁ ମାଟିରେ ମିଶାଇ ଦିଆଯାଇଛି । ଜୁନ୍ ୨୦୨୩ରୁ ଲସ୍କରରେ ସକ୍ରିୟ କ୍ୟାଡର ଏହସାନ ଅହମ୍ମଦର ଦୁଇ ମହଲା କୋଠା ଭାଙ୍ଗି ଦିଆଯାଇଛି । ସେହିପରି ସାହିଦ ଅହମ୍ମଦ ଦୁଇ ବର୍ଷ ତଳେ ଲସ୍କରରେ ସାମିଲ ହୋଇଥିଲା । ଆଇଇଡି ବିସ୍ଫୋରଣରେ ୩ ଆତଙ୍କବାଦୀଙ୍କ ଘରକୁ ଉଡାଇ ଦିଆଯାଇଛି । ଗତକାଲି ଭାରତୀୟ ସେନା ଦୁଇ ଆତଙ୍କବାଦୀଙ୍କ ଘର ଉଡାଇ ଦେଇଥିବା ବେଳେ ଏବେ ଆଉ ୩ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି ସେନା । ସେପଟେ ସେନା ପକ୍ଷରୁ କାଶ୍ମୀରରେ ଘରକୁ ଘର ବୁଲି ସର୍ଚ୍ଚ ଅପରେସନ୍ କରାଯାଉଛି । ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ତଲାସୀ ଚଳାଇଛି ଭାରତୀୟ ସେନା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe