କନକ ବ୍ୟୁରୋ, ପାକିସ୍ତାନ ସେନା ଗାଡି ଉପରେ ଆଇଇଡି ବିସ୍ଫୋରଣ । ୧୦ରୁ ଅଧିକ ପାକ୍ ଯବାନଙ୍କ ମୃତ୍ୟୁ । ଆକ୍ରମଣ ପଛରେ ଭାରତର ହାତ ଥିବା କହିଲା ପାକିସ୍ତାନ । ପାକିସ୍ତାନୀ ସେନା ଗାଡି ଯାଉଥିବା ବେଳେ ଆଇଇଡି ବିସ୍ଫୋରଣ କରି ଉଡାଇଦେଇଛି ବଲୁଚି ଆକ୍ରମଣ । ଆକ୍ରମଣରେ କିଛି ସ୍ପେଶାଲ ଅପରେସନ କମାଣ୍ଡର ସହ ସୈନିକଙ୍କ ମୃତ୍ୟୁ ହୋଇଛି । ରିମୋଟ କଂଣ୍ଟ୍ରୋଲ ଅସ୍ତ୍ରଶସ୍ତ୍ର ଜରିଆରେ ବଲୁଚିସ୍ତାନର ସ୍ବାଧୀନତା ସଂଗ୍ରାମୀମାନେ ଆକ୍ରମଣ କରିଥିବା କହିଛି ବିଏଲଏ ।
ପାକିସ୍ତାନ ସେନାର ମିଡିଆ ଓ ପିଆର ଟିମ୍, ଆଇଏସପିଆର ଆକ୍ରମଣରେ ଭାରତର ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛି । ଭାରତର ପ୍ରୋକ୍ସି ସଙ୍ଗଠନଗୁଡିକ ବଲୁଚିସ୍ତାନରେ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇବା ସହ ସୁରକ୍ଷାକର୍ମଙ୍କୁ ଆକ୍ରମଣ କରୁଛନ୍ତି । ବଲୁଚ ଲିବେରେସନ ଆର୍ମିକୁ ଭାରତର ପ୍ରୋକ୍ସି ସଙ୍ଗଠନ ବୋଲି କହଛି ପାକ ସେନା । ପାକିସ୍ତାନର ଅମୀର ପୋଷ୍ଟ ଓ ଅଲ୍ଲୀ ଖାନ ବେସ୍ ମଧ୍ୟରେ ଆର୍ମି ଗାଡି ଉପରେ ଆକ୍ରମଣ କରାଯାଇଛି ।