ଆଜିଠୁ ପଞ୍ଚକ ବ୍ରତ ଆରମ୍ଭ । ଶ୍ରୀମନ୍ଦିରରେ ଲକ୍ଷ୍ମୀ ନାରାୟଣ ବେଶରେ ମହାପ୍ରଭୁଙ୍କ ଦର୍ଶନ । ଶ୍ରୀକ୍ଷେତ୍ରରେ ଜମିଛି ଭକ୍ତଙ୍କ ଗହଳି

Advertisment

ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ପବିତ୍ର ପଞ୍ଚକ ବ୍ରତ ଆଜିଠୁ ଆରମ୍ଭ । ଏହି ପଞ୍ଚକ ବ୍ରତକୁ ଭୀଷ୍ମ ପଞ୍ଚକ ବା ବଗ ପଞ୍ଚକ ବୋଲି କୁହାଯାଏ ।

ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ପବିତ୍ର ପଞ୍ଚକ ବ୍ରତ ଆଜିଠୁ ଆରମ୍ଭ । ଏହି ପଞ୍ଚକ ବ୍ରତକୁ ଭୀଷ୍ମ ପଞ୍ଚକ ବା ବଗ ପଞ୍ଚକ ବୋଲି କୁହାଯାଏ ।

4444

କନକ ବ୍ୟୁରୋ : ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ପବିତ୍ର ପଞ୍ଚକ ବ୍ରତ ଆଜିଠୁ ଆରମ୍ଭ । ଏହି ପଞ୍ଚକ ବ୍ରତକୁ ଭୀଷ୍ମ ପଞ୍ଚକ ବା ବଗ ପଞ୍ଚକ ବୋଲି କୁହାଯାଏ । ପଞ୍ଚକ ବ୍ରତର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ଲକ୍ଷ୍ମୀ ନାରାୟଣଙ୍କ ଉପାସନା ହେଉଥିବା ବେଳେ ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ଏବେ ଚଳଚଞ୍ଚଳ । 

ଶ୍ରଦ୍ଧାଳୁଙ୍କ ସମାଗମ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭୋର ୪ଟାରୁ  ଶ୍ରୀମନ୍ଦିରରେ ଶ୍ରୀଜିଉ ମାନଙ୍କ ଦ୍ୱାରଫିଟା, ମଙ୍ଗଳ ଆରତୀ ବଢି ଅବକାଶ ନୀତି ବଢିବା ପରେ  ଠାକୁରଙ୍କୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶରେ ଶୃଙ୍ଗାର କରାଯାଏ । ଶ୍ରୀଭୁଜ, ଶ୍ରୀପୟର, ବଳା, ସୁବର୍ଣ୍ଣ କିଆ, ପଦକ ମାଳା, ହରିଡ଼ା ମାଳା ଓ ବିଭିନ୍ନ ସୁବର୍ଣ୍ଣ ଅଳଙ୍କାର ଦ୍ୱାରା ଚତୁର୍ଧାମୂର୍ତ୍ତି  ସୁସଜିତ ହୋଇ  ଅଗଣିତ ଶ୍ରଦ୍ଧାଳୁ ଓ ବ୍ରତଧାରିଣୀଙ୍କୁ ଦର୍ଶନ ଦେଉଛନ୍ତି । ଠାକୁରଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହି ପଞ୍ଚକ ଯାତ୍ରା ଅନ୍ୟତମ ହୋଇଥିବା ବେଳେ ଆଜିର ଦିନରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ  ମିଳିଥାଏ ବୋଲି ବିଶ୍ୱାସ ରହିଛି । ପଞ୍ଚକ ପାଇଁ ଆଠଗଡ଼ରେ ବାବା ଧବଳେଶ୍ବରଙ୍କ ନିକଟରେ ସ୍ବତନ୍ତ୍ର ରୀତିନୀତି ଅନୁଷ୍ଠିତ ହେଉଛି। ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଦୂରଦୂରାନ୍ତରୁ ପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତ ଛୁଟିଆସିଛନ୍ତି। ପଞ୍ଚକ ପାଇଁ କେନ୍ଦ୍ରାପଡ଼ାର ବଳଦେବ ଜୀଉ ମନ୍ଦିରରେ ମଧ୍ୟ ଭକ୍ତଙ୍କ ଗହଳି ଜମିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe