କନକ ବ୍ୟୁରୋ: ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ। ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି । ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଭାତୀ ପରିଡା । ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।
ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରଭାତୀ ପରିଡା । ଏମ୍ସରେ ନାବାଳିକାର ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା । ତେବେ ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ଉପମୁଖ୍ୟମନ୍ତ୍ରୀ । ବାଲେଶ୍ବର ଏଫ୍ଏମ୍ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବାବେଳେ ଏବେ ନିମାପଡ଼ାର ଏ ଘଟଣା ସଭ୍ୟ ସମାଜ ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। କେତେ ସୁରକ୍ଷିତ ନାରୀ ସମାଜ ? କଣ ପାଇଁ ଆକ୍ରୋଶର ଶିକାର ହେଉଛନ୍ତି ଝିଅ ?