ରାଜ୍ୟରେ ଆଉ ଚାଲିବନି ବାବୁରାଜ୍‌ ! ଜିଲ୍ଲାପାଳ ସମ୍ମିଳନୀରେ ମୋହନଙ୍କ ତାଗିଦ୍‌

ମୋହନ ସରକାରରେ ଆଉ ଚାଲିବନି ବାବୁ ରାଜ । ଜିଲ୍ଲାପାଳ ସମ୍ମିଳନୀରେ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ । ନେତା ଓ ମନ୍ତ୍ରୀଙ୍କୁ ସମ୍ମାନ ଜଣାଇବା ପାଇଁ ଦେଇଛନ୍ତି ନିର୍ଦ୍ଦେଶ ।

CM Mohan Majhi

କନକ ବ୍ୟୁରୋ : ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଆରମ୍ଭ ହୋଇଛି ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ । ଏଥିରେ ନିଜ ଅନୁଭୁତି ଓ ଅଭିଜ୍ଞତାରୁ ପ୍ରଶାସନିକ ସ୍ତରରେ ପୂର୍ବରୁ ହେଉଥିବା ଅନେକ ତ୍ରୁଟି ବିଚ୍ୟୁତି ସମ୍ପର୍କରେ ସଚେତନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

  • ଲମ୍ୱା ସମୟ ଧରି ଗାଦି ମାଡ଼ି ବସୁଥିବା ଅଫିସରଙ୍କୁ ନାଲିଆଖି
  • ବାବୁମାନଙ୍କ ଗର୍ବ ବଢ଼ି ଯାଇଥିଲା, ମନ୍ତ୍ରୀଙ୍କୁ ଚିହ୍ନି ପାରୁନଥିଲେ
  • ତେଣୁ ବୁକ୍‌ ସର୍କୁଲାର ୪୭କୁ କାର୍ୟକାରୀ କରିବାକୁ ଜିଲ୍ଲାପାଳଙ୍କୁ ତାଗିଦ୍‌
  • ଜିଲ୍ଲାପାଳଙ୍କ କ୍ଷେତ୍ର ପରିଦର୍ଶନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
  • ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରାଯିବ ନାହିଁ
  • ପ୍ରତି ୩ ମାସରେ ବ୍ଲକସ୍ତରୀୟ ସମୀକ୍ଷା କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ସବୁ ଯୋଜନା ଯେପରି ଠିକ୍‌ ସମୟରେ କାର୍ଯ୍ୟକାରୀ ହେବ, ଏଥିପାଇଁ ଜିଲ୍ଲାପାଳମାନେ ନିତିଦିନିଆ ଭାବେ ନିଜ ନିଜ ଜିଲ୍ଲାରେ ଆର୍ଥିକ ତଥା ଫିଜିକାଲ ପ୍ରୋଗ୍ରେସ୍ ଉପରେ ଦୃଷ୍ଟି ରଖିବେ । ପ୍ରତ୍ୟେକ ଯୋଜନାର ବ୍ଲକୱାରୀ ତ୍ରୈମାସିକ ସମୀକ୍ଷା କରିବା ମଧ୍ୟ ଆବଶ୍ୟକ । ‘ସରକାର ଯଦି ଟଙ୍କାଟିଏ ଲୋକଙ୍କ ପାଇଁ ଖର୍ଚ୍ଚ କରୁଛନ୍ତି, ତାହା ସେମାନଙ୍କ ପାଇଁ ଟଙ୍କାଟିଏ ଆୟ।’ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜିଲ୍ଲାପାଳମାନେ ହେଉଛନ୍ତି ସରକାରଙ୍କ ପାଇଁ ତୃଣମୂଳ ସ୍ତରର ସେତୁ ଲୋକକଲ୍ୟାଣ ପାଇଁ ସରକାର ଉତ୍ତମରୁ ଉତ୍ତମ ଯୋଜନା ଓ ନୀତି ନିର୍ଦ୍ଧାରଣ କରି ପାରିବେ । କିନ୍ତୁ ଏହି ସବୁ ଯୋଜନାକୁ ଅନ୍ତିମ ହିତାଧିକାରୀ ପର୍ୟ୍ୟନ୍ତ ପହଞ୍ଚାଇବାରେ ଜିଲ୍ଲାପାଳ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି । ତେଣୁ ସେମାନଙ୍କ ଆଶା ଆକାଂକ୍ଷା ପୂରଣ କରିବାର ଗୁରୁ ଦାୟିତ୍ଵ ଜିଲ୍ଲାପାଳମାନଙ୍କର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe