ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁଘର୍ଟଣା ; ଏୟାର ଇଣ୍ଡିଆ  AI-171 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା

ଅହମ୍ମଦାବାଦ ଏୟାରପୋର୍ଟ ନିକଟରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨୪୨ ଜଣ ଯାତ୍ରୀ ଥିବା ସୂଚନା ରହିଛି ।

Aircraft crash

Aircraft crash Photograph: (KanakNews)

କନକ ବ୍ୟୁରୋ:  ଗୁଜରାଟ ଅହମ୍ମଦାବାଦ ଏୟାରପୋର୍ଟ ନିକଟରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨୪୨ ଜଣ ଯାତ୍ରୀ ଥିବା ସୂଚନା ରହିଛି । ପ୍ରାଥମିକ ରିପୋର୍ଟ ମୁତାବକ, ବିମାନର ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ ଏଭଳି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଫାୟାର ବିଗ୍ରେଡ୍ ଗାଡ଼ି ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରୁଥିଲେ ବି ଦୁର୍ଘଟଣା ଏତେ ଭୟଙ୍କର ରହିଛି ଯେ ନିଆଁ ଲିଭାଇବା କଷ୍ଟସାଧ୍ୟ ହେଉଛି । ଏୟାର ଇଣ୍ଡିଆ  AI-171 ବିମାନ ଅହମ୍ମଦାବାଦରୁ ଲଣ୍ଡନ ଅଭିମୁଖେ ଦିନ ପାଖାପାଖି ସାଢ଼େ ୧ଟାରେ ଉଡ଼ାଣ ଭରୁଥିବାବେଳେ ଖସିପଡ଼ିଥିବା କୁହାଯାଉଛି । ଏନେଇ ବିଶେଷ କିଛି ସୂଚନା ମିଳିନଥିବାବେଳେ ଏହି ଦୁର୍ଘଟଣା ଅହମ୍ମଦାବାଦ ମେଘାନୀ ନଗର ଅଞ୍ଚଳରେ ହୋଇଛି ଏବଂ ଘଟଣାସ୍ଥଳରେ ଜୋରଦାର ଉଦ୍ଧାର କାର୍ଯ୍ୟ ଚାଲିଥିବା ସୂଚନା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe