କନକ ବ୍ୟୁରୋ: ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ । ଦୁଇଟି ପର୍ୟ୍ୟାୟରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡା । ସୂଚନା ମୁତାବକ, ଆସନ୍ତା ଡିସେମ୍ବର ୨୬ ରୁ ୩୦ ଯାଏଁ ଇଣ୍ଟରନାଲ ପରୀକ୍ଷା ହେବ । ଏହାପରେ ଜାନୁଆରୀ ୨ ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା । ଅନ୍ୟପଟେ ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ମେନ ପରୀକ୍ଷା ହେବ। ସମସ୍ତ ଷ୍ଟ୍ରିମର ଫଳାଫଳ ପରୀକ୍ଷା ସରିବାର ୪୫ ଦିନ ଭିତରେ ବାହାରିବ। ତେବେ ବର୍ତ୍ତମାନ ଫର୍ମ ଫିଲ ଅପ ଚାଲିଛି, ତେଣୁ ଯେଉଁମାନେ ଫର୍ମ ଫିଲଅପ୍ କରିନାହାନ୍ତି, ସେମାନେ ଫାଇନ ଡେଟରେ କରିବେ । ୭୫% ଉପସ୍ଥାନ ନଥିଲେ, ମିଳିବନି ଆଡମିଟ କାର୍ଡ। କିଛି କଲେଜରେ ଯେଉଁଠି ପିଲାମାନଙ୍କ ଉପସ୍ଥାନ କମ ଥିବ, ସେମାନଙ୍କୁ ଶ୍ରେଣୀ ଗୃହକୁ ଆଣିବାକୁ କଲେଜ ଅଧ୍ୟକ୍ଷ ସଚେତନ କରନ୍ତୁ ବୋଲି ସେ କହିଛନ୍ତି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us