Photograph: (KANAKNEWS)
କନକବ୍ୟୁରୋ : ଚାଷୀଙ୍କ ପାଇଁ ଖୁସୀ ଖବର। ଆଜି ଆସିବ ପିଏମ କିଷାନ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦୦୦ ଲେଖାଏଁ ଟଙ୍କା । ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୧ତମ କିସ୍ତି ପ୍ରଦାନ କରାଯିବ । ୯ କୋଟି କୃଷକଙ୍କ ପାଖକୁ ପଠାଯିବ ୧୮ହଜାର କୋଟି ଟଙ୍କା । ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୧ତମ କିସ୍ତି ପ୍ରଦାନ କରାଯିବ । ତାମିଲନାଡୁର କୋଇମ୍ବାଟୋରରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ଅଧିକ ପଢନ୍ତୁ... ସେ ପୁରୁଷ : ପଥର ନୁହେଁ ....
ଏନେଇ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ସୁଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ କିଷାନର ୨୧ତମ କିସ୍ତି ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ସ୍ଥାନାନ୍ତରିତ ହେବ । କୃଷି ମନ୍ତ୍ରଣାଳୟ କହିଛି ଯେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ କିଷାନ) ଯୋଜନା ଅଧୀନରେ, ୨୧ତମ କିସ୍ତିର ଟଙ୍କା ଆଜି ସମସ୍ତ ଯୋଗ୍ୟ ଚାଷୀଙ୍କୁ ଦିଆଯିବ ।
ଅଧିକ ପଢନ୍ତୁ... ୨ବର୍ଷରେ ୫୨୩ ମାଓବାଦୀ ନିହତ : ୭ ମାଓନେତା ମୃତ, ଏବେ ବି ସକ୍ରିୟ ୮
କେନ୍ଦ୍ର ସରକାର ଫେବୃଆରୀ ୨୦୧୯ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶେଷ ଥର ପାଇଁ ଗତ ଅଗଷ୍ଟ ୨ ତାରିଖରେ ୨୦ ତମ କିସ୍ତି ପ୍ରଦାନ କରିଥିଲେ । ଏହି ଯୋଜନା ଅଧିନରେ ଭାରତ ସରକାର ସାରା ଦେଶର ଯୋଗ୍ୟ ଚାଷୀମାନଙ୍କୁ ପ୍ରତିବର୍ଷ ୬୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରନ୍ତି । ଏହି ୬୦୦୦ ଟଙ୍କା ପ୍ରତି ୪ ମାସରେ ୨ ହଜାର ଟଙ୍କାର ୩ ଟି କିସ୍ତି ଆକାରରେ ଚାଷୀମାନଙ୍କୁ ଦିଆଯାଏ ।
Follow Us