କନକ ବ୍ୟୁରୋ : ଆସନ୍ତା ମାସ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ । ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ଓ କେନ୍ଦ୍ର ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ବୃନ୍ଦ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Advertisment

ବର୍ଷ ପୂର୍ତ୍ତିକୁ ଉତ୍ସବ ଭାବେ ନୁହେଁ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରିବେ ରାଜ୍ୟ ସରକାର । ରିପୋର୍ଟ କାର୍ଡ ଧରି ରାଜ୍ୟର ଏକ କୋଟି ପରିବାର ପାଖରେ ପହଞ୍ଚିବେ ସରକାର । ଜୁନ ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ । ରାଜ୍ୟ, ଜିଲ୍ଲାଠୁ ନେଇ ବ୍ଲକ ଓ ପଞ୍ଚାୟତ ପୌର ସଂସ୍ଥା ଗୁଡ଼ିକରେ କାର୍ଯ୍ୟକ୍ରମ କରାଯିବ । ବର୍ଷକ ମଧ୍ୟରେ ୧୧ ଟି ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିଛୁ ବୋଲି କହିଲେ ରାଜସ୍ୱ ମନ୍ତ୍ରୀ ।

୨୪ ନିର୍ବାଚନ ବେଳେ ୨୧ ଟି ପ୍ରତିଶ୍ରୁତି ଦିଆଯାଇଥିଲା । ସରକାରକୁ ଆସିବା ପରେ ସେଥି ମଧ୍ୟରୁ ୧୧ ଟି ପ୍ରତିଶ୍ରୁତି ପାଳନ କରାଯାଇଥିବା କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଆହୁରି କହିଛନ୍ତି ଆଗାମୀ ଏକ ବର୍ଷ ମଧ୍ୟରେ ଆଉ ୧୦ ଟି ନିର୍ବାଚନ ପ୍ରତିଶ୍ରୁତି ପୂରଣ କରାଯିବ ।