କନକ ବ୍ୟୁରୋ: ବଳଙ୍ଗା ନାବାଳିକା ପୋଡିବା ଘଟଣାରେ ୧୦ ଜଣଙ୍କୁ ପଚରାଉଚରା କରୁଛି ପୁଲିସ୍ । ଅତିରିକ୍ତ ଏସ୍ପିଙ୍କ ନେତୃତ୍ବରେ ଚାଲିଛି ପଚରାଉଚରା । ଅତିରିକ ଏସ୍ପି କହିଛନ୍ତି ସମସ୍ତ ଦିଗକୁ ତର୍ଜମା କରାଯାଉଛି । କୌଣସି ବ୍ୟକ୍ତିଙ୍କୁ ଅଟକ ରଖାଯାଇନି ବୋଲି ଅତିରିକ୍ତ ଏସ୍ପି କହିଛନ୍ତି । ଏମ୍ସରେ ଛାତ୍ରୀଙ୍କ ଚାଲିଛି ଚିକତ୍ସା । ଛାତ୍ରୀଙ୍କ ୭୦ ପ୍ରତିଶତ ପୋଡିଯାଇଥିବା ଏମ୍ସ ଡାକ୍ତର କହିଛନ୍ତି । ଏମ୍ସ୍ ବର୍ଣ୍ଣୱାର୍ଡକୁ ପୀଡିତାଙ୍କୁ ସ୍ଥାନାନ୍ତରିତ କରାଯାଇଛି । ବର୍ଣ୍ଣ ୱାର୍ଡ ବାହାରେ ନୋଟିସ୍ ଲାଗିଛି । ଏହି ନୋଟିସ୍ ରେ କୁହାଯାଇଛି ଅଯଥା ଗହଳି କରନ୍ତୁ ନାହିଁ । କୌଣସି ଲୋକ ଏକାଠି ହୁଅନ୍ତୁ ନାହିଁ । ଭିଡ଼ ହେଲେ ଚିକିତ୍ସାରେ ବାଧା ସୃଷ୍ଟି ହେବ । ରୋଗୀ ସେବାରେ ବାଧା ସୃଷ୍ଟି ହେବ । ଏଥିସହିତ ଏମ୍ସ ବାହାରେ ବ୍ୟାରିକେଡ୍ କରାଯାଇଛି । ଏମ୍ସ ରେ ସୁରକ୍ଷା ବ୍ୟବସ୍ଥା ବଢାଯାଇଛି ।
ସୂଚନାମୁତାବକ, ସକାଳୁ ସାଙ୍ଗ ଘରକୁ ଯାଉଥିଲା ବାଟରେ ନାବାଳିକାକୁ ଉଠାଇନେଲେ ୩ ଦୁର୍ବୃତ୍ତ । ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଗଲେ । ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଜାଳିଦେଲେ । ଅଘଟଣ ବେଳେ ପହଞ୍ଚିଥିଲେ କିଛି ସ୍ଥାନୀୟ ଲୋକ । ଲୋକଙ୍କୁ ଦେଖି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ। ନିଆଁ ଲିଭାଇବା ସହ ନାବାଳିକାକୁ କରିଥିଲେ ଉଦ୍ଧାର । ମତେ ବଞ୍ଚାନ୍ତୁ ବୋଲି ଗୁହାରି କରିଥିଲେ ନାବାଳିକା । ନାବାଳିକାର ପୋଷାକ, ଚପଲ ପୋଡ଼ି ଯାଇଥିଲା । ତୁରନ୍ତ ନାବାଳିକା ଘରେ ଖବର ଦିଆଯାଇଥିଲା । ପିପିଲି ମେଡିକାଲରେ ଦିଆଯାଇଥିଲା ପ୍ରାଥମିକ ଚିକିତ୍ସା । ପରେ ପୀଡ଼ିତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/07/19/balanga-case-2025-07-19-15-52-35.jpg)