କନକ ବ୍ୟୁରୋ : ପୁରୀ ଗୁଣ୍ଡିଚା ମନ୍ଦିରରେ ପୁଲିସ ଡିଜି । ଆଜି ନବମୀ ସନ୍ଧ୍ୟା ଦର୍ଶନ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରୁଛନ୍ତି ପୁଲିସ ଡିଜି ୱାଇ ବି ଖୁରାନିଆ । ଆସନ୍ତାକାଲି ବାହୁଡ଼ା ଯାତ୍ରା ଥିବାରୁ ସେନେଇ ମଧ୍ୟ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଗୁଣ୍ଡିଚା ମନ୍ଦିର ଭିତରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଏବଂ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା ତଦାରଖ କରୁଛନ୍ତି । ପୁଲିସ ଡ଼ିଜିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ । ଦଳାଚକଟା ଘଟଣା ପରେ ସମସ୍ତ ସ୍ଥିତିକୁ ନେଇ ଆଗୁଆ ସତର୍କ ରହିଛନ୍ତି ପୁଲିସ ଓ ପ୍ରଶାସନ ।
ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ପୁଲିସ ଡିଜି; ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ
ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରୁଛନ୍ତି ପୁଲିସ ଡିଜି ୱାଇ ବି ଖୁରାନିଆ । ଆସନ୍ତାକାଲି ବାହୁଡ଼ା ଯାତ୍ରା ଥିବାରୁ ସେନେଇ ମଧ୍ୟ ସ୍ଥିତି ଅନୁଧ୍ୟାନ କରୁଛନ୍ତି ।
/kanak/media/media_files/2025/07/04/police-dg-at-shri-gundicha-temple-2025-07-04-11-53-08.jpg)