ବୋର୍ଡ ପରୀକ୍ଷା ଜଗିବେ ପୋଲିସ ; ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲା ବୋର୍ଡ

ବୋର୍ଡ ପରୀକ୍ଷା ଜଗିବେ ପୋଲିସ । ଯୁକ୍ତ ଦୁଇ ପରି ଦଶମ ପରୀକ୍ଷା ପରିଚାଳନା ଓ ସୁରକ୍ଷା ଦାୟିତ୍ବ ନେବେ ପୋଲିସ- ପ୍ରଶାସନ । ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲା ବୋର୍ଡ । 

10  th exam

10 th exam Photograph: (kanakNews)

କନକ ବ୍ୟୁରୋ: ବୋର୍ଡ ପରୀକ୍ଷା ଜଗିବେ ପୋଲିସ । ଯୁକ୍ତ ଦୁଇ ପରି ଦଶମ ପରୀକ୍ଷା ପରିଚାଳନା ଓ ସୁରକ୍ଷା ଦାୟିତ୍ବ ନେବେ ପୋଲିସ- ପ୍ରଶାସନ । ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲା ଲେଖିଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ନୋଡାଲ ସେଣ୍ଟର ଓ ପରୀକ୍ଷା କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ଜିଲ୍ଲାପାଳ ଓ ଏସପିମାନଙ୍କୁ ଅନୁରୋଧ କରାଯାଇଛି ।

ଆସନ୍ତା ୧୨ ତାରିଖରୁ ୧୯ ତାରିଖ ପର୍ୟ୍ୟନ୍ତ ଦଶମ ପରୀକ୍ଷାର ଗୋପନୀୟ ଦସ୍ତାବିଜ୍ କଟକର ମୁଖ୍ୟାଳୟରୁ ନୋଡାଲ ସେଣ୍ଟର ଯାଏଁ ପହଞ୍ଚାଯିବ । ୩୧୪ଟି ନୋଡାଲ ସେଣ୍ଟରକୁ ଏହି ଗୋପନୀୟ ଦସ୍ତାବିଜର ସଂରକ୍ଷଣ ପାଇଁ ଚିହ୍ନଟ କରାଯାଇଛି । ସେହିପରି ଉତ୍ତର ଖାତା ବୋର୍ଡ ଅଧିକାରୀଙ୍କ ପାଖକୁ ପଠାଯିବା ସହ ସଂପୂର୍ଣ୍ଣ ପରୀକ୍ଷା ପରିଚାଳନା ଶେଷ ଯାଏଁ ଜିଲ୍ଲାପାଳ ଓ ଏସପି ସମସ୍ତ ପ୍ରକ୍ରିୟାର ତଦାରଖ କରିବେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe