କନକ ବ୍ୟୁରୋ: ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିଥିବା ରୋଡ୍ ରୋମିଓଙ୍କୁ ବାନ୍ଧିବ ପୋଲିସ । ଏନେଇ ଏକ ମାମଲା ରୁଜୁ କରିବା ସହ ତୁରନ୍ତ ତଦନ୍ତ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି । ଖାଲି ସେତିକି ନୁହେଁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଡିଜିପି । ଗତ ସେପ୍ଟେମ୍ବର ୧୪ ତାରିଖ ରାତିରେ ଜଣେ ମେଜର ଓ ତାଙ୍କ ବାନ୍ଧବୀ ଘରକୁ ଫେରୁଥିବା ବେଳେ ପଥରଗାଡ଼ିଆ ଓ ଭରତପୁର ରାସ୍ତାରେ ଦୁଇ ଯୁବକ ଏକ କାରରେ ଆସି ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ ।
ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଇଙ୍ଗିତ କରିବା ସହ ମାଡ଼ ମାରିବାକୁ ବି ମଧ୍ୟ ଧମକ ଦେଇଥିଲେ । ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଥାନାକୁ ଯିବାପରେ ପୋଲିସ ତାଙ୍କୁ ଦୁର୍ବ୍ୟବହାର ସହ ମାଡ଼ ମାରିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଥିଲେ । ସେପଟେ ତତ୍କାଳୀନ ଥାନାଧିକାରୀଙ୍କ ସହ ଅନ୍ୟ ପୋଲିସ ଷ୍ଟାଫମାନଙ୍କର ବୟାନ ରେକର୍ଡ କରାଯାଇଛି । ଆଗାମୀ ଦିନରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ମଧ୍ୟ ବୟାନ ରେକର୍ଡ କରାଯିବ ବୋଲି କହିଛନ୍ତି ଡିଜିପି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/28/2025-04-28t103046215z-348267369_658890662730311_6089886170448266075_n.jpg)
/kanak/media/media_files/tAa6c4zruIlDPTVkxy5D.jpg)