କନକ ବ୍ୟୁରୋ: ଏପ୍ରିଲ ପହିଲା ଯାଏଁ କୋହଲ ହେଲା ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ । ସୂଚନା ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ । ଏହାସହ ଟୋଲଗେଟରେ ଇ-ଡିଟେକ୍ସନ କଟୁଥିବା ଜରିମାନାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ଅନ୍ୟପକ୍ଷରେ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ମୋଟର ଯାନ ଆଇନ ଅନୁଯାୟୀ ଲାଗୁ ହେଉଥିବା ୧୦ହଜାର ଟଙ୍କା ଜରିମାନାକୁ କମାଇବା ନେଇ ତର୍ଜମା କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଦୂଷଣ ସୃଷ୍ଟି କରୁଥିବା ଗାଡ଼ି ବ୍ୟବହାର ନ କରିବାକୁ ନିବେଦନ କରିଛନ୍ତି ମନ୍ତ୍ରୀ । ଏହି ଅବଧି ମଧ୍ୟରେ ମୋଟର ଯାନ ଆଇନ ଅନୁଯାୟୀ ବାଧ୍ୟତାମୂଳତ ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି ।
ଅସହ୍ୟ ଥଣ୍ଡାରେ ଥରୁଛି ଓଡ଼ିଶା, ଉପାନ୍ତରୁ ଉପକୂଳ ସବୁଠି ହାଡ଼ଭଙ୍ଗା ଶୀତ
ମନ୍ତ୍ରୀ କହିଛନ୍ତି, ଗାଡ଼ିର ପ୍ରଦୂଷଣ ଯାଞ୍ଚ କରିବା ସମସ୍ତଙ୍କ ଦାୟିତ୍ୱ । ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି । ଏହାର ସୁଧାର ଦିଗରେ କାର୍ଯ୍ୟ କରିବା ସମସ୍ତଙ୍କ କର୍ତ୍ତବ୍ୟ । ସେଥିପାଇଁ ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ପ୍ରଦୂଷଣ ଯାଞ୍ଚ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି । ମୋଟର ଯାନ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳକ ମଧ୍ୟ । ଓଡ଼ିଶାରେ ମାତ୍ର ୨୧ ପ୍ରତିଶତ ଗାଡ଼ିରେ ପ୍ରଦୂଷଣ ପ୍ରମାଣପତ୍ର ରହିଛି । ଅନେକ ଗାଡ଼ି ଏହି ନିୟମର ବ୍ୟାପକ ଉଲ୍ଲଙ୍ଘନ କରୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ଏ ଦିଗରେ ସଚେତନତା ବୃଦ୍ଧି କରିବାକୁ ପ୍ରଦୂଷଣ ପ୍ରମାଣପତ୍ରକୁ ଗୁରୁତ୍ୱ ଦିଆଯାଇଛି । ତେବେ ଜନସାଧାରଣ ସମସ୍ୟାର ସମ୍ମୁଖୀନ ହେଉଥିବାର ସେମାନଙ୍କ ସୁବିଧା ପାଇଁ କଟକଣା କୋହଳ ପାଇଁ ନିଷ୍ପତ୍ତି ନିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2026/01/09/pollution-certificate-2026-01-09-08-00-03.jpg)