ଆଜି ଓ କାଲି ପାଇଁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ; ଦୁଇ ଦିନ ପରେ ପୁଣି ବଢ଼ିବ ତାତି

Advertisment

ରାଜ୍ୟରେ ଆହୁରି ୩ ଦିନ ବର୍ଷା ସମ୍ଭାବନା । ୨୪ଘଣ୍ଟାରେ ଅଧା ଓଡ଼ିଶାରେ କାଳବୈଶାଖୀ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି ଓ କୁଆପଥର ସହ ୪୦ରୁ ୫୦କିଲୋମିଟର ବେଗରେ ବହିବ ପବନ

ରାଜ୍ୟରେ ଆହୁରି ୩ ଦିନ ବର୍ଷା ସମ୍ଭାବନା । ୨୪ଘଣ୍ଟାରେ ଅଧା ଓଡ଼ିଶାରେ କାଳବୈଶାଖୀ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି ଓ କୁଆପଥର ସହ ୪୦ରୁ ୫୦କିଲୋମିଟର ବେଗରେ ବହିବ ପବନ

Kalbaisakhi in Various Locations Today and Tomorrow

Kalbaisakhi in Various Locations Today and Tomorrow Photograph: (KanakNews )

କନକ ବ୍ୟୁରୋ : ରାଜ୍ୟରେ ଆହୁରି ୩ ଦିନ ବର୍ଷା ସମ୍ଭାବନା । ୨୪ଘଣ୍ଟାରେ ଅଧା ଓଡ଼ିଶାରେ କାଳବୈଶାଖୀ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି ଓ କୁଆପଥର ସହ ୪୦ରୁ ୫୦କିଲୋମିଟର ବେଗରେ ବହିବ ପବନ । ଆଗାମୀ ୩ ଦିନରେ ଆଭ୍ୟନ୍ତରୀଣ ଓଡ଼ିଶାରେ ୧ ରୁ ୨ ଡିଗ୍ରୀ ତାପମାତ୍ରା କମିବା ସହ ରାଜ୍ୟରେ ଆଗାମୀ ୬ ତାରିଖ ଯାଏଁ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡିଶାକୁ ଛାଡ଼ିଲେ ଅଧା ଓଡ଼ିଶାରେ କାଳବୈଶାଖୀ ବର୍ଷାର ଆଲର୍ଟ ଜାରି କରାଯାଇଛି । ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ପାଇଁ ପଶ୍ଚିମ ଓଡିଶାକୁ ଛାଡି ଅନ୍ୟ ସବୁ ସ୍ଥାନରେ କାଳବୈଶାଖୀର ଆଲର୍ଟ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି ଘଡଘଡି,କୁଆପଥର ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଦିନ ତାପମାତ୍ରା ବିଶେଷ ପରିବର୍ତ୍ତନ ହେବାର ନାହିଁ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe