କନକ ବ୍ୟୁରୋ: ଆରମ୍ଭ ହେଲା ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି । ଧାଡ଼ି ପହଣ୍ଡିରେ ଆସୁଛନ୍ତି ପ୍ରଭୁ ବଳଭଦ୍ର । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ବଡଦାଣ୍ଡ । ହୁଳହୁଳିରେ, ହରିବୋଲରେ କମ୍ପୁଛି ଶ୍ରୀକ୍ଷେତ୍ର । ବଡ଼ ଠାକୁରଙ୍କ ପରେ ପହଣ୍ଡିରେ ଆସିବେ ମା ସୁଭଦ୍ରା । ସବାଶେଷରେ ଝୁଲି ଝୁଲି ଆସିବ କାଳିଆ ସୁନା । ମହାପ୍ରଭୁ ଜଗନ୍ନାଥଙ୍କ ଟିକେ ଝଲକ ପାଇବା ପାଇଁ ଚାତକ ଭଳି ଚାହିଁ ରହିଛନ୍ତି ଭକ୍ତ । କେତେବେଳେ ମହାପ୍ରଭୁ ଜଗନ୍ନାଥ ବଡ଼ ଦାଣ୍ଡକୁ ଆସିବେ ।
ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଯାତ୍ରା । ସିଂହଦ୍ୱାର ଚକଡ଼ାରେ ବିଜେ ଅଛନ୍ତି ୩ ରଥ । ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ୱଜ ରଥ ପ୍ରସ୍ତୁତ । ତିନି ରଥରେ ବିରାଜମାନ କରିବେ ଶ୍ରୀବିଗ୍ରହ । ଶ୍ରୀକ୍ଷେତ୍ରରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ । ମହାପ୍ରଭୁଙ୍କ ଅପେକ୍ଷାରେ ଶ୍ରଦ୍ଧାଳୁ । ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ ।