Photograph: (kanaknews)
କନକବ୍ୟୁରୋ : ଯାଜପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ଯାଜପୁର ପହଞ୍ଚିବା ପରେ ମାଆ ବିରଜାଙ୍କୁ ଦର୍ଶନ କରିଛନ୍ତି। ନାଭିଗୟାରେ ପିଣ୍ଡଦାନ କରୁଛନ୍ତି । କୁସୁମାଠାରୁ ମାଆ ବିରଜାଙ୍କ ମନ୍ଦିର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ବରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ ପାଇଁ ସାଂସ୍କୃତିକ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି। ନାଭିଗୟାକୁ ସଂପୂର୍ଣ୍ଣ ପରିଷ୍କାର ପରିଚ୍ଛନ୍ନ କରାଯାଇଛି , ମା’ଙ୍କ ଦର୍ଶନ, ପୂଜାର୍ଚ୍ଚନା ଓ ନାଭିଗୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବା ପାଇଁ ୧୬ ଜଣ ବ୍ରାହ୍ମଣଙ୍କ ବ୍ୟତୀତ ୩୨ଜଣ ସେବାୟତ ମନ୍ଦିରରେ ଉପସ୍ଥିତ ଅଛନ୍ତି । ମା’ ବିରଜାଙ୍କ ସ୍ବତନ୍ତ୍ର ବେଶ ଓ ନୀତିକାନ୍ତି କରାଯାଉଛି ।
ବିରଜା ମନ୍ଦିର ପରିସର, ବ୍ରହ୍ମାକୁଣ୍ଡ ଓ ଆଖପାଖ ଅଞ୍ଚଳକୁ ମଧ୍ୟ ଆକର୍ଷଣୀୟ ରୂପ ଦିଆଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଯାଜପୁର ସହରକୁ ସଂପୂର୍ଣ୍ଣ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ସହରରେ ୨୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବା ସହିତ ବିଭିନ୍ନ ଜାଗାରେ କମାଣ୍ଡାଣ୍ଟ୍ ରାଙ୍କ୍ର ଅଫିସର, ୩ ଜଣ ଏସ୍ପି ରାଙ୍କ୍ର ଅଧିକାରୀ ଓ ୩୦ ଜଣ ଇନ୍ସପେକ୍ଟର, ସବ୍ଇନ୍ସପେକ୍ଟର ରାଙ୍କର ଅଧିକାରୀ ନିୟୋଜିତ ହୋଇଛନ୍ତି । ଯାଜପୁର ପରେ ବାଲେଶ୍ବର ଯାଇ ଫକୀରମୋହନ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମ ଶେଷ ପରେ ଅପରାହ୍ଣ ପ୍ରାୟ ୩ଟା ୫୦ରେ ପୁରୀ ଅଭିମୁଖେ ବାହାରିବେ ରାଷ୍ଟ୍ରପତି ।
ପ୍ରୋଟୋକଲ ଅନୁଯାୟୀ ସେଠାରୁ ରାଷ୍ଟ୍ରପତି କଡ଼ା ସୁରକ୍ଷା ମଧ୍ୟରେ ମାଆ ବିରଜାଙ୍କ ମନ୍ଦିରରେ ପହଞ୍ଚିଛନ୍ତି । କୁସୁମାଠାରୁ ମାଆ ବିରଜାଙ୍କ ମନ୍ଦିର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ବରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ ପାଇଁ ସାଂସ୍କୃତିକ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ରାଷ୍ଟ୍ରପତିଙ୍କ ପ୍ରଥମ ଯାଜପୁର ଗସ୍ତକୁ ଐତିହାସିକ ଓ ସ୍ମରଣୀୟ କରିବା ପାଇଁ କୌଣସି ସୁଯୋଗକୁ ହାତଛଡ଼ା କରାଯାଇ ନାହିଁ । ପିଣ୍ଡଦାନ ସ୍ଥାନ ନାଭିଗୟାକୁ ସଂପୂର୍ଣ୍ଣ ପରିଷ୍କାର ପରିଚ୍ଛନ୍ନ କରାଯାଇଛି। ମା’ଙ୍କ ଦର୍ଶନ, ପୂଜାର୍ଚ୍ଚନା ଓ ନାଭିଗୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବା ପାଇଁ ୧୬ ଜଣ ବ୍ରାହ୍ମଣଙ୍କ ବ୍ୟତୀତ ୩୨ଜଣ ସେବାୟତ ମନ୍ଦିରରେ ଉପସ୍ଥିତ ରହିବେ ବୋଲି ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି।
ଏଥିସହ ମା’ ବିରଜାଙ୍କ ସ୍ବତନ୍ତ୍ର ବେଶ ଓ ନୀତିକାନ୍ତି ସେମାନଙ୍କ ଦ୍ବାରା ସଂପନ୍ନ ହେବ। ବିରଜା ମନ୍ଦିର ପରିସର, ବ୍ରହ୍ମାକୁଣ୍ଡ ଓ ଆଖପାଖ ଅଞ୍ଚଳକୁ ମଧ୍ୟ ଆକର୍ଷଣୀୟ ରୂପ ଦିଆଯାଇଛି । ଭଳିକି ଭଳି ଫୁଲକୁଣ୍ଡରେ ବିରଜା କ୍ଷେତ୍ରକୁ ସଜାଇ ଫୁଲବଗିଚା ସୃଷ୍ଟି କରାଯାଇଛି। ସେହିଭଳି ଯାଜପୁର ସହରକୁ ସଂପୂର୍ଣ୍ଣ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି । ସହରରେ ୨୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବା ସହିତ ବିଭିନ୍ନ ଜାଗାରେ କମାଣ୍ଡାଣ୍ଟ୍ ରାଙ୍କ୍ର ଅଫିସର, ୩ ଜଣ ଏସ୍ପି ରାଙ୍କ୍ର ଅଧିକାରୀ ଓ ୩୦ ଜଣ ଇନ୍ସପେକ୍ଟର, ସବ୍ଇନ୍ସପେକ୍ଟର ରାଙ୍କର ଅଧିକାରୀ ନିୟୋଜିତ ହେବେ। ଯାଜପୁର ପରେ ବାଲେଶ୍ବର ଯାଇ ଫକୀରମୋହନ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ଶେଷ ପରେ ଅପରାହ୍ଣ ପ୍ରାୟ ୩ଟା ୫୦ରେ ପୁରୀ ଅଭିମୁଖେ ବାହାରିବେ ରାଷ୍ଟ୍ରପତି ।
Follow Us