କନକ ବ୍ୟୁରୋ :  ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନରେ କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ଆଜି ଏମ୍ସ ଭୁବନେଶ୍ୱରର ସମାବର୍ତ୍ତନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହାପରେ ଜୁଲାଇ ୧୫ ତାରିଖରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଏହାପରେ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର  ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହାପରେ ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନରେ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସବୁ କାର୍ଯ୍ୟକ୍ରମ ପରେ ପୁଣି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।