ଆଜିଠୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି :

Advertisment

ସୋମବାରଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।

ସୋମବାରଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।

04

Photograph: (KANAKNEWS)

କନକବ୍ୟୁରୋ : ସୋମବାରଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ଲୋକଭବନ ଯାଇ ରାତ୍ରିଯାପନ କରିବେ। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ୩ ତାରିଖ ସକାଳେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନା ହେଲିକପ୍ଟର ଯୋଗେ ଯାଜପୁର ନୂଆ ପ୍ରଶାସନିକ ଭବନ ଗ୍ରାଉଣ୍ଡ ହେଲିପ୍ୟାଡ୍‌ରେ ଅବତରଣ କରିବେ। ସେଠାରୁ ମା’ ବିରଜାଙ୍କ ଦର୍ଶନ ପାଇଁ ଯିବେ। ପ୍ରାୟ ଦେଢ଼ ଘଣ୍ଟା ଧରି ମନ୍ଦିରରେ ପୂଜାର୍ଚ୍ଚନା କରିବେ ।

ଅଧିକ ପଢନ୍ତୁ... ରାଜ୍ୟସଭା ନିର୍ବାଚନ ନେଇ ବଢ଼ିଲା ତାତି ; ଖୁବ ଶୀଘ୍ର ନବୀନଙ୍କୁ ଭେଟିବେ ଭକ୍ତ

ସେଠାରୁ  ବାଲେଶ୍ବର ଯାଇ ଫକୀରମୋହନ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। କାର୍ଯ୍ୟକ୍ରମ ଶେଷ ପରେ ଅପରାହ୍ଣ ପ୍ରାୟ ୩ଟା ୫୦ରେ ପୁରୀ ଅଭିମୁଖେ ବାହାରିବେ। ସନ୍ଧ୍ୟାରେ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଳତି ଦର୍ଶନ ସହ ପିଣ୍ଡଦାନ କରିବେ। ପୁରୀ ଲୋକଭବନରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଫେବ୍ରୁଆରି ୪ ତାରିଖ ସକାଳ ୯ଟାରେ ପୁରୀ ହେଲିପ୍ୟାଡ୍‌ରୁ ବାହାରି ପୂର୍ବାହ୍ନ ୧୦ଟା ୪୦ରେ ମୟୁରଭଂଜ ଜିଲ୍ଲା  ରାଇରଙ୍ଗପୁର ହେଲିପ୍ୟାଡ୍‌ରେ ପହଞ୍ଚିବା ପରେ ମହୁଲଡିହାସ୍ଥିତ ହଲିଡେ ହୋମ୍‌ର ‌ଉଦ୍‌ଘାଟନ କରିବେ।

ରାଇରାଙ୍ଗପୁର ମହୁଲଡିହାସ୍ଥିତ ସରକାରୀ ବା‌ଳିକା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଭଞ୍ଜବୀର ସୁନାରାମ ସୋରେନ୍‌ଙ୍କ ପ୍ରତିମୂର୍ତ୍ତି ‌‌ଉନ୍ମୋଚନ କରିବେ। ସେଠାରେ କ୍ରୀଡ଼ା କମ୍ପ୍ଲେକ୍ସ ଲୋକାର୍ପଣ ସହ ଭର୍ଚୁଆଲ୍‌ ମାଧ୍ୟମରେ ରାଜ୍ୟର ଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ। ୬ ତାରିଖରେ ମୟୁରଭଂଜ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଅପରାହ୍ଣରେ ଭୁବନେଶ୍ବର ଫେରିବା ସହ ହୋଟେଲ ମେ’ ଫେୟାରରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ୭ ତାରିଖ ସକାଳୁ ଭୁବନେଶ୍ବରରୁ ଛତିଶଗଡ଼ ଅଭିମୁଖେ ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଯାତ୍ରା କରିବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe