କନକବ୍ୟୁରୋ : ପ୍ରଧାନମନ୍ତ୍ରୀ ମୋଦୀ କରିବେ ପୋଲାଭରମ ସମୀକ୍ଷା । ଆସନ୍ତା ୨୮ରେ ପୋଲାଭରମ ନେଇ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ । ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଆନ୍ଧ୍ର ପ୍ରଦେଶ , ତେଲେଙ୍ଗାନା , ଓଡ଼ିଶା ଏବଂ ଛତିଶଗଡ଼ର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ।
ଓଡ଼ିଶା, ଛତିଶଗଡ଼ ଏବଂ ତେଲେଙ୍ଗାନା ଦ୍ୱାରା ଦାଖଲ କରାଯାଇଥିବା ଆବେଦନଗୁଡ଼ିକ ସୁପ୍ରିମକୋର୍ଟରେ ବିଚାରାଧୀନ ରହିଛି । ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ସମସ୍ତ ଚାରୋଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ସିଧାସଳଖ ଆଲୋଚନା କରିବେ । ଓଡ଼ିଶା ଏହି ବୈଠକରେ କଣ ପକ୍ଷ ରଖିବ ସେ ନେଇ ରାଜ୍ୟ ସରକାର ନିଜକୁ ପ୍ରସ୍ତୁତ କରିଛନ୍ତି । ଦୁଇ ଦିନ ପୂର୍ବରୁ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା ।