କନକ ବ୍ୟୁରୋ: ଦେଶକୁ ମିଳିଲା ଓଡ଼ିଶା ଚିପ୍ । ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶାର ପ୍ରସ୍ତୁତ ୩ ସେମିକଣ୍ଡକ୍ଟର ଭେଟି ଦେଲେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ନୂଆ ଦିଲ୍ଲୀରେ ଆୟୋଜିତ ସେମିକନ୍‌ ଇଣ୍ଡିଆ ୨୦୨୫ରେ ଏହି ଚିପ୍ ପ୍ରଦାନ କରାଯାଇଛି । ଏନ୍‌ଆଇଟି ରାଉରକେଲାରେ ପ୍ରସ୍ତୁତ ୨ଟି ଓ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜରେ ପ୍ରସ୍ତୁତ ଚିପ ପ୍ରଦାନ କରିଛନ୍ତି ଅଶ୍ବିନୀ ବୈଷ୍ଣବ । ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ହୋଇଛି ଏହି ଚିପ୍ । ଇସ୍ରୋ ସେମିକଣ୍ଡକ୍ଟର ଲ୍ୟାବ୍‌ରେ ପ୍ରସ୍ତୁତ ବିକ୍ରମ-୩୨ ବିଟ୍‌ ପ୍ରୋସେସର ମଧ୍ୟ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାମିଲ ହୋଇଥିଲେ । ସେମିକଣ୍ଡକ୍ଟର ଶିଳ୍ପ କ୍ଷେତ୍ରରେ ଓଡିଶାରେ ପର୍ଯ୍ୟାପ୍ତ ନିବେଶ ସୁଯୋଗ ରହିଥିବାରୁ ଏଥିରେ ସାମିଲ ହୋଇ କିପରି ଓଡିଶା ଭାଗିଦାରୀ ହୋଇପାରିବ ସେନେଇ ପ୍ରସ୍ତାବ ରଖିଛି ଓଡିଶା ।