ଯାତ୍ରାରେ ଅଶ୍ଲୀଳତାକୁ ବିରୋଧ । ଆଇନମନ୍ତ୍ରୀଙ୍କ ସୂଚନା ଅଶ୍ଳୀଳତାକୁ ଦିଆଯିବନି ପ୍ରଶୟ

Advertisment

ଆଇନ ମନ୍ତ୍ରୀଙ୍କୁ ଭେଟିଲା ଯାତ୍ରା କମିଟି ମହାସଂଘ। ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀ କରଣ କରୁଥିବାରୁ ଯାତ୍ରା ଅନୁଷ୍ଠାନକୁ ଯାତ୍ରା ପରିବେଷଣ ପାଇଁ ଏକ ସ୍ବତନ୍ତ୍ର ନିୟମ ପ୍ରସ୍ତୁତ କରିବାକୁ ଦାବି କରିଛନ୍ତି। ଏହା ସହ ଯାତ୍ରାରେ ଅଶ୍ଳୀଳତା, ଦିଅର୍ଥବୋଧକ ଶବ୍ଦ ଓ ସମାଜ ପ୍ରତି ଖରାପ ପ୍ରଭାବ ପକାଉଥିବା କିଛି ନାଟକ ଓ ବିଷୟକୁ ବିରୋଧ ପାଇଁ ଦାବିପତ୍ର ପ୍ରଦାନ କରିଛି ସଂଘ।

jatra

କନକବ୍ୟୁରୋ : ଆଇନ ମନ୍ତ୍ରୀଙ୍କୁ ଭେଟିଲା ଯାତ୍ରା କମିଟି ମହାସଂଘ । ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀ କରଣ କରୁଥିବାରୁ ଯାତ୍ରା ଅନୁଷ୍ଠାନକୁ ଯାତ୍ରା ପରିବେଷଣ ପାଇଁ ଏକ ସ୍ବତନ୍ତ୍ର ନିୟମ ପ୍ରସ୍ତୁତ କରିବାକୁ ଦାବି କରିଛନ୍ତି । ଏହା ସହ ଯାତ୍ରାରେ ଅଶ୍ଳୀଳତା, ଦିଅର୍ଥବୋଧକ ଶବ୍ଦ ଓ ସମାଜ ପ୍ରତି ଖରାପ ପ୍ରଭାବ ପକାଉଥିବା କିଛି ନାଟକ ଓ ବିଷୟକୁ ବିରୋଧ ପାଇଁ ଦାବିପତ୍ର ପ୍ରଦାନ କରିଛି ସଂଘ । 

ବର୍ତମାନ ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣକୁ ନେଇ ବିବାଦ ଚରମ ସୀମାରେ ପହଞ୍ଚିଛି ,  ବ୍ୟବସାୟିକ ଫାଇଦା ପାଇଁ ଯାତ୍ରା ଆୟୋଜକମାନେ ଅଶ୍ଳୀଳ ନୃତ୍ୟକୁ ପ୍ରଶ୍ରୟ ଦେଉଥିବା ସାଧାରଣରେ ଅଭିଯୋଗ ହେବା ପରେ ଏହା ଏବେ ବିତର୍କର ପ୍ରସଙ୍ଗ ପାଲଟିଛି  । ଏନେଇ ଯାତ୍ରା ମାଲିକଙ୍କୁ ସିଧାସଳଖ ଦାୟୀ କରିଛି ଯାତ୍ରା କମିଟି ମହାସଂଘ ।

ଯାତ୍ରାରେ ରାତି ପିଛା ମୂଲ୍ୟ ସହିତ ଟିକେଟ ମୂଲ୍ୟ ବୃଦ୍ଧି ହେବାରୁ ଏଭଳି ପରିସ୍ଥିତି ଉପୁଜିଛି । ପ୍ରତ୍ୟକ୍ଷରେ ଯାତ୍ରାକୁ ନେଇ ମାଲିକମାନେ ଚାପ ପକାଉଛନ୍ତି । ଯାହାକୁ ନେଇ ଅଶ୍ଳୀଳତା ବୃଦ୍ଧି ପାଉଛି  ।

ସରକାର ଯାତ୍ରା ପରିବେଷଣ ପାଇଁ ଏକ ସ୍ୱତନ୍ତ୍ର ନିୟମାବଳୀ ଆଣିଲେ ଏହି ଅଶ୍ଳୀଳତାରେ ଅଙ୍କୁଶ ଲଗାଯାଇପାରିବ । ଏପଟେ ଆଇନ ମନ୍ତ୍ରୀ କହିଛନ୍ତି, କୌଣସି ପ୍ରକାରରେ ଯାତ୍ରାରେ ସଂସ୍କୃତି ପରମ୍ପରାକୁ ପ୍ରଶୟ ଦିଆଯିବ ନାହିଁ । ସଂସ୍କୃତିର ସୁରକ୍ଷା ଦିଗରେ ଖୁବଶୀଘ୍ର ଏକ ନିର୍ଦ୍ଦେଶାବଳୀ ଜାରି କରାଯିବ ବୋଲି କହିଛନ୍ତି ମନ୍ତ୍ରୀ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe