କନକ ବ୍ୟୁରୋ : ଏପ୍ରିଲ ପହିଲା ଯାଏଁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ ପାଇଁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ନିଷ୍ପତ୍ତି । ଟୋଲଗେଟରେ ଇ-ଡିଟେକ୍ସନ ବ୍ୟବସ୍ଥାରେ ଏହି ଅବଧିରେ କଟିବ ନାହିଁ ପ୍ରଦୂଷଣ ଚାଲାଣ । ପ୍ରଦୂଷଣ ଜରିମାନା ରାଶିର ତଜର୍ମା ପାଇଁ ମଧ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ । ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଦୂଷଣ ସୃଷ୍ଟି କରୁଥିବା ଗାଡ଼ି ବ୍ୟବହାର ନ କରିବାକୁ ନିବେଦନ । ଏହି ଅବଧି ମଧ୍ୟରେ ମୋଟର ଯାନ ଆଇନ ଅନୁଯାୟୀ ବାଧ୍ୟତାମୂଳତ ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ ‎ପରାମର୍ଶ ।

Advertisment

ବାଣିଜ୍ୟ ଓ ପରିବହନ ବିଭାଗର ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ‎ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ପ୍ରଦୂଷଣ ‎ନ ଥିଲେ ଜରିମାନା ନ ଲଗାଇବାକୁ ରାଜ୍ୟ ପରିବହନ ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି । ଟୋଲଗେଟରେ ଇ-‎ଡିଟେକ୍ସନରେ କଟୁଥିବା ଏ ସମ୍ୱନ୍ଧୀୟ ଜରିମାନାକୁ ମଧ୍ୟ ସ୍ଥଗିତ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ପ୍ରଦୂଷଣ ‎ପ୍ରମାଣପତ୍ର ନ ଥିଲେ ମୋଟର ଯାନ ଆଇନ ଅନୁଯାୟୀ ଲାଗୁ ହେଉଥିବା ୧୦ ହଜାର ଟଙ୍କା ଜରିମାନାକୁ ହ୍ରାସ କରିବା ‎ଦିଗରେ ତର୍ଜମା କରିବାକୁ ମଧ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ : ଲୋକଙ୍କ ଠାରୁ ମୋଟା ଅଙ୍କର ଜରିମାନା; ପୁଲିସ ଗାଡ଼ିକୁ କ’ଣ ସାତ ଖୁନ୍ ମାଫ୍ ?

ମନ୍ତ୍ରୀ ଶ୍ରୀ ବିଭୂତି ଜେନା କହିଛନ୍ତି, ଗାଡ଼ିର ପ୍ରଦୂଷଣ ଯାଞ୍ଚ କରିବା ସମସ୍ତଙ୍କ ଦାୟିତ୍ୱ । ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି । ‎ଏହାର ସୁଧାର ଦିଗରେ କାର୍ଯ୍ୟ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ । ସେଥିପାଇଁ ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ‎ପ୍ରଦୂଷଣ ଯାଞ୍ଚ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି । ମୋଟର ଯାନ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳକ ମଧ୍ୟ ‎। ଓଡ଼ିଶାରେ ମାତ୍ର ୨୧ ପ୍ରତିଶତ ଗାଡ଼ିରେ ପ୍ରଦୂଷଣ ପ୍ରମାଣପତ୍ର ରହିଛି । ଅନେକ ଗାଡ଼ି ଏହି ନିୟମର ବ୍ୟାପକ ଉଲ୍ଲଙ୍ଘନ ‎କରୁଛନ୍ତି । ଯାହାକୁ ଦୃଷ୍ଟିରେ ରଖି ଏ ଦିଗରେ ସଚେତନତା ବୃଦ୍ଧି କରିବାକୁ ପ୍ରଦୂଷଣ ପ୍ରମାଣପତ୍ରକୁ ଗୁରୁତ୍ୱ ଦିଆଯାଇଛି । ‎ତେବେ ଜନସାଧାରଣ ଏଥିପାଇଁ ସମସ୍ୟାର ସମ୍ମୁଖୀନ ହେଉଥିବାର ଦୃଷ୍ଟିକୁ ଆସିବାରୁ ଜନସାଧାରଣଙ୍କ ସୁବିଧା ପାଇଁ ‎କୋହଳ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ସମୟ ଅବଧିରେ ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ ମନ୍ତ୍ରୀ ଶ୍ରୀ ଜେନା ‎କହିଛନ୍ତି ।