କନକ ବ୍ୟୁରୋ : ରଥଯାତ୍ରା ଅଘଟଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି । ଶରଧାବାଲିରେ ଦଳାଚକାଟରେ ମୃତ୍ୟୁ ଘଟଣା ପରେ ଆକ୍ସନ ମୋଡ୍ରେ ସରକାର । ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କୁ ମଧ୍ୟ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆ ଯାଇଛି।
ଏହା ସହିତ DCP ଶ୍ରୀ ବିଷ୍ଣୁ ପତି ଓ କମାଣ୍ଡାଣ୍ଟ୍ ଶ୍ରୀ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ , ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ । ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ । ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ନୂଆ ଜିଲ୍ଲାପାଳ ହେଲ ଚଞ୍ଚଲ ରାଣା । ପିନାକ ମିଶ୍ରଙ୍କୁ ଏସ୍ପି ଦାୟିତ୍ୱ ।#BreakingNews#Odisha#Puri#KanakNewspic.twitter.com/GrW2EQsJ8e
— Kanak News (@kanak_news) June 29, 2025