କନକ ବ୍ୟୁରୋ: ଆମେରିକା ହ୍ୟୁଷ୍ଟନରେ ହେବାକୁ ଥିବା ଇସ୍କନର ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରାକୁ ନେଇ ଚିଠି ଲେଖିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଅଦିନରେ ରଥଯାତ୍ରା ଆୟୋଜନକୁ ବିରୋଧ କରି ହ୍ୟୁଷ୍ଟନରେ ଥିବା ଇସ୍କନ ମନ୍ଦିର ଓ ମାୟାପୁରୀ ମୁଖ୍ୟାଳୟର କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛନ୍ତି। ପରମ୍ପରାକୁ ଭଙ୍ଗ କରି ଏଭଳି ଅଦିନରେ ରଥଯାତ୍ରା ପାଳନ କରାଯାଉଥିବା ନେଇ ଚିଠିରେ ଉଲ୍ଲେଖ କରିଛନ୍ତି ଗଜପତି। ମହାପ୍ରଭୁଙ୍କ ରଥଯାତ୍ରା ପରମ୍ପରା ଓ ବିଧି ଅନୁଯାୟୀ ପାଳନ କରାଯାଏ। ତେଣୁ ହ୍ୟୁଷ୍ଟନ ସହରରେ ନଭେମ୍ବର ୩ ଓ ନଭେମ୍ବର ୯ରେ ହେବାକୁ ଥିବା ସ୍ନାନଯାତ୍ରା ଓ ରଥଯାତ୍ରା ବନ୍ଦ କରିବାକୁ କହିଛନ୍ତି ଗଜପତି। ସେହିଭଳି ନାଇଜେରିଆରେ ୨୩ ନଭେମ୍ବରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ବନ୍ଦ କରିବାକୁ ଚିଠି ଲେଖିଛନ୍ତି ଗଜପତି। ବିଧି ଓ ପରମ୍ପରା ଅନୁଯାୟୀ, ରଥଯାତ୍ରା ପାଳନ କରିବାକୁ ବାରମ୍ବାର ଇସ୍କନ ସହ ଆଲୋଚନା ସରିଛି। ଏହାସତ୍ତ୍ବେ ମଧ୍ୟ ଇସ୍କନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏଭଳି ଅଦିନିଆ ରଥଯାତ୍ରା ପାଳନ ନିଷ୍ପତ୍ତିକୁ ଜଗନ୍ନାଥପ୍ରେମୀ ନାପସନ୍ଦ କରିଛନ୍ତି।
ଇସ୍କନର ଅଦିନିଆ ରଥଯାତ୍ରା ନେଇ ଚିଠି ଲେଖିଲେ ପୁରୀ ଗଜପତି । ବନ୍ଦ କରିବାକୁ କଲେ ଅନୁରୋଧ
ଆମେରିକା ହ୍ୟୁଷ୍ଟନରେ ହେବାକୁ ଥିବା ଇସ୍କନର ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରାକୁ ନେଇ ଚିଠି ଲେଖିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ
/kanak/media/media_files/2024/10/29/MZ2h78GP8YYCU4NSiHbL.jpg)