କନକ ବ୍ୟୁରୋ: ଶୁକ୍ରବାର ପୁରୀରେ ଘୋଷଯାତ୍ରା । ଆଜି ମହାପ୍ରଭୁଙ୍କ ନେତ୍ରୋତ୍ସବ । ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ଅଣସର ଘରେ ଗୁପ୍ତ ନୀତି ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ବିଳମ୍ୱିତ ରାତିରେ ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ ହୋଇଛି । ୧୫ ଦିନର ଅଣସର ଶେଷ କରି ଆଜି ଶ୍ରୀବିଗ୍ରହ ଅଣସର ପିଣ୍ଡିରୁ ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେବେ ମହାବାହୁ । ସକାଳ ୮ଟାରୁ ଆରମ୍ଭ ହେବ ପରିମାଣିକ ଦର୍ଶନ । ଘଣ୍ଟାଏ ପରିମାଣିକ ଦର୍ଶନ ପରେ ସକାଳ ୯ଟାରୁ ସାଢେ ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ଚାଲିବ । ଚଳିତ ବର୍ଷ ଚତୁର୍ଦ୍ଧାମୂର୍ତ୍ତି ମାତ୍ର ଅଢ଼େଇ ଘଣ୍ଟା ନବଯୌବନ ବେଶରେ ଦର୍ଶନ ଦେବେ । ଏହାପରେ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି । ନବଯୌବନ ଦର୍ଶନ ସହ ନେତ୍ରୋତ୍ସବ ମଧ୍ୟ ଗୋଟିଏ ଦିନରେ ଅନୁଷ୍ଠିତ ହେବ । ଶ୍ରୀଜିଉଙ୍କ ନବଯୌବନ ବେଶ ଦର୍ଶନ ଲାଗି ପ୍ରତିବର୍ଷ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଥାଏ । ଭକ୍ତଙ୍କ ଭିଡ଼କୁ ଆଖିରେ ରଖି ଶ୍ରୀମନ୍ଦିର ଭିତରେ ଓ ବାହାରେ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଦର୍ଶନ ପାଇଁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି ।
ଗୁପ୍ତ ସେବା ପରେ ସୁସ୍ଥ ହେଲେ ମହାପ୍ରଭୁ, ଆଜି ନବଯୌବନ ଦର୍ଶନ
ଅଣସରରେ ଗୁପ୍ତ ସେବା ପରେ ସୁସ୍ଥ ହେଲେ ମହାପ୍ରଭୁ । ଆଜି ନବଯୌବନ ଦର୍ଶନ । ସକାଳ ୮ଟାରୁ ସାଢେ ୧୦ଟା ଯାଏଁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଏହାପରେ ଘୋଷଯାତ୍ରା ପ୍ରସ୍ତୁତି । ଶ୍ରୀକ୍ଷେତ୍ରରେ ସୁରକ୍ଷା କଡ଼ାକଡ଼ି, ପୁରୀକୁ ଜଗିବ ଏଆଇ ଡ୍ରୋନ ।
/kanak/media/media_files/2025/06/26/lord-jagannath-2025-06-26-07-27-23.jpg)