କନକ ବ୍ୟୁରୋ: ପହଲଗାମରେ ଆତଙ୍କୀ ଆକ୍ରମଣକୁ ସବୁ ମହଲରେ ନିନ୍ଦା କରାଯାଉଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ପହଲଗାମ ଆତଙ୍କୀ ଆକ୍ରମଣ ଓ ଭାରତର ଆଗାମୀ ରଣନୀତି ପ୍ରସଙ୍ଗରେ ସଂସଦରେ ସ୍ବତନ୍ତ୍ର ଅଧିବେଶନ ରଖିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ରାହୁଲ । ସ୍ବତନ୍ତ୍ର ଅଧିବେଶନ ଜରିଆରେ ବିଭିନ୍ନ ସଂସଦୀୟ କ୍ଷେତ୍ରରୁ ପ୍ରତିନିଧିତ୍ବ କରୁଥିବା ସାଂସଦମାନେ ଏକଜୁଟ ହୋଇ ଏକତା ଓ ଦୃଢ଼ ପ୍ରତିଜ୍ଞାବଦ୍ଧ ହୋଇପାରିବେ ବୋଲି ରାହୁଲ ଚିଠିରେ ଉଲ୍ଲେଖ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ଚିଠି : ପହଲଗାମ ଆତଙ୍କୀ ଆକ୍ରମଣ ନେଇ ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ କଲେ ଅନୁରୋଧ
ପହଲଗାମରେ ଆତଙ୍କୀ ଆକ୍ରମଣକୁ ସବୁ ମହଲରେ ନିନ୍ଦା କରାଯାଉଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି କଂଗ୍ରେସ
/kanak/media/media_files/2025/04/29/Xi263ogZDVTRViEcjTmP.jpg)