କନକ ବ୍ୟୁରୋ: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସନ୍ଧ୍ୟା ୫ଟା ୩୦ରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨ତାରିଖ ସକାଳ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତ ରେ ପରିଣତ ହେବା ସମ୍ଭାବନା ରହିଛି । ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଚଳିତ ମୌସୁମୀ ପରବର୍ତୀ ଋତୁ ଅକ୍ଟୋବରରୁ ଡ଼ିସେମ୍ବର ମଧ୍ୟରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା ରହିଛି l
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us