କନକ ବ୍ୟୁରୋ : ଯୋଡ଼ା ଲଘୁଚାପର ପ୍ରଭାବ। ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠାରୁ ବର୍ଷା ପରିମାଣ ବଢ଼ିପାରେ । ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ପାଣିପାଗ ବିଭାଗ ଏନେଇ ପୂର୍ବାନୁମାନ କରିଛି । ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଆଜି ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ କରାଯାଇଛି । ଉଭୟ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ଏଥିନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବାକି ସମସ୍ତ ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । 

Advertisment

ଘନୀଭୂତ ପରେ ସ୍ପଷ୍ଟ ଚିହ୍ନଟ ହେଲା ଲଘୁଚାପ
ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଛି
ଏହା ଉତ୍ତର-ପଶ୍ଚିମ ଦିଗରେ ମୁହାଁଇ ଝାଡ଼ଖଣ୍ଡ ଆଡ଼େ ଯିବ
ପ୍ରଭାବରେ ଆଜି ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା
ଲଘୁଚାପ ପାଇଁ ୯ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା
ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ବର୍ଷା ହୋଇପାରେ
ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁରରେ ଭୀଷଣ ବର୍ଷା ସମ୍ଭାବନା
ବରଗଡ଼, ସୋନପୁର, ଦେବଗଡ଼, ଅନୁଗୁଳ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା
୨୦ ତାରିଖରୁ ବର୍ଷାର ପ୍ରକୋପ ସାମାନ୍ୟ କମିବା ସମ୍ଭାବନା
ତଥାପି ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା
ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହୋଇପାରେ