କନକ ବ୍ୟୁରୋ: ସାରା ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା । ଆଜି ବି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ରାଜ୍ୟରେ ଚିନ୍ତା ବଢ଼ାଉଛି ଶୀତ ଦିନିଆ ବର୍ଷା । ଏହାରି ଭିତରେ ଦକ୍ଷିଣ ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଲଘୁଚାପ ରାଜ୍ୟରେ ବର୍ଷା କରାଉଛି । ଆଜି ମଧ୍ୟ ରାଜ୍ୟରେ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ଆଜି ୮ଟି ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଏହି ଜିଲ୍ଲାଗୁଡ଼ିକ ହେଲା, ପୁରୀ,ଖୋର୍ଦ୍ଧା,ଗଞ୍ଜାମ,ଗଜପତି,ରାୟଗଡ଼ା,କୋରାପୁଟ,ମାଲକାନଗିରି, ନବରଙ୍ଗପୁର। ଆହୁରି ଚିନ୍ତାଜନକ ବିଷୟ ହେଉଛି ପୁଣି ୨୭ ତାରିଖରେ ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ହେବାର ଆଶଙ୍କା ରହିଛି । ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମାଝଡ଼ ପ୍ରଭାବ ସରିବା ପରେ ପୁଣି ବଢିବ ଶୀତ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2024/12/25/7GJMhn4DgSRWdxeQdJjQ.jpg)