କନକ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । କେନ୍ଦୁଝର ଓ ମୟୂରଭଞ୍ଜକୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଯାଏଁ ଏହି ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
ସେହିପରି ଜୁଲାଇ ୧୫ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ଦେବଗଡ଼, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଜୁଲାଇ ୧୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।