କନକ ବ୍ୟୁରୋ :ତାତିରୁ ମିଳିବ ତ୍ରାହି,ଓଡ଼ିଶାକୁ ଭିଜାଇବ ଲଘୁଚାପ ବର୍ଷା । ଆସନ୍ତା ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଲଘୁଚାପ ପ୍ରଭାବ ପାଇଁ ଆଗାମୀ ସାତ ଦିନ ରାଜ୍ୟରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ଆରବ ସାଗରରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
- ମେ' ୨୭ରେ ଆସୁଛି ଲଘୁଚାପ
- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି
- ୨ ଦିନ ଭିତରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ହେବ
- ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ ବର୍ଷା ଜାରି ରହିବ
- ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ରହିବ
- ୨୭ ତାରିଖ ଅପରାହ୍ନ ଓ ସନ୍ଧ୍ୟାରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା
- ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ୨୮ ଓ ୨୯ରେ ବିଜୁଳି ଓ ଘଡ଼ଘଡ଼ି ହେବ
- ୪୦ରୁ ୫୦ କି.ମି ବେଗରେ ପବନ ସମ୍ଭାବନା
- ୨୯ରେ ମାଲକାନଗିରି, କୋରାପୁଟ, ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ
- ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା