କନକ ବ୍ୟୁରୋ : ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଗାମୀ ୨୪ ଘଣ୍ଟାରେ ଅବପାତର ରୂପ ନେବ । ଏହା ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟର ଅଧିକାଂଶ ଜିଲ୍ଲା ତଥା ୨୪ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ତେବେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୧୯ ଅଗଷ୍ଟ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ।
ପ୍ରବଳ କାଚିବ ! ସୃଷ୍ଟି ହେଲା ଲଘୁଚାପ , ୨୪ ଘଣ୍ଟାରେ ନେବ ଅବପାତର ରୂପ
ରାଜ୍ୟର ଅଧିକାଂଶ ଜିଲ୍ଲା ତଥା ୨୪ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
/kanak/media/media_files/2025/08/17/rain-2025-08-17-13-22-32.jpg)