ରାଜ୍ୟରେ ୨୨ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ସହ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ, ୨୩ ରୁ ଫେରିବ ତାତି

fdgsdffsdf

କନକ ବ୍ୟୁରୋ : ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ କାଳବୈଶାଖୀ ବର୍ଷା । ୨୨ ତାରିଖ ଯାଏ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୩ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ହେବ।  ତେବେ ବର୍ତ୍ତମାନ ରାଜ୍ୟ ଉପରେ ଦୁଇଟି ଟ୍ରପ ଲାଇନ୍ ବା ନିମ୍ନ ଚାପ ରେଖା ସକ୍ରିୟ ରହିଛି। ଯାହା ପ୍ରଭାବରେ ବର୍ଷା ହେଉଛି। ୨୪ ଘଣ୍ଟା ମଧ୍ୟରେ ୨୫ ଜିଲ୍ଲାକୁ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି। ତେବେ ଆଗାମୀ ତିନିଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅଧିକାଂଶ ସ୍ଥାନରେ ହେବାକୁ ଥିବାବେଳେ ୨ ଦିନ ପରେ ୨ରୁ ୩ ଡିଗ୍ରୀ  ତାପମାତ୍ରା ବଢିବ ବୋଲି ଆକଳନ କରାଯାଇଛି।  ତେବେ ଆଜି ଭୁବନେଶ୍ବର, ଢେଙ୍କାନାଳରେ କାଳବୈଶାଖୀ ଦେଖିବାକୁ ମିଳିଥିଲା। ରାଜଧାନୀରେ ବର୍ଷା ଯୋଗୁ କିଛି ସ୍ଥାନରେ ପାଣି ମଧ୍ୟ ଜମିରହିଥିଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe