ଆଜିଠୁ ବଢ଼ିବ ବର୍ଷାର ପରିମାଣ : ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ସାରା ରାଜ୍ୟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

RAIN

RAIN Photograph: (KanakNews)

କନକ ବ୍ୟୁରୋ : ଆଜିଠୁ ବଢ଼ିବ ବର୍ଷାର ପରିମାଣ । ଆଜି ସାରା ରାଜ୍ୟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ଅନ୍ୟ ସବୁ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ଆଶଙ୍କା ରହିଛି । ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବ । ୪ ତାରିଖ ଯାଏଁ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe