କନକ ବ୍ୟୁରୋ: ଓଡ଼ିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି । ଆଉ ନାହାଁନ୍ତି ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ୯୧ ବର୍ଷ ବୟସରେ ରମାକାନ୍ତ ରଥଙ୍କର ପରଲୋକ ହୋଇଛି । କାଳଜୟୀ କବି ରମାକାନ୍ତ ରଥଙ୍କ ଶେଷକୃତ୍ୟ ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ହେବ । ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି ।
ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଭୂଷଣ ସ୍ଵର୍ଗତ ରଥ ଭାରତୀୟ ସାହିତ୍ୟ ଜଗତର ଅଳ୍ପ କେତେଜଣ ଶ୍ରେଷ୍ଠ କବିଙ୍କ ମଧ୍ୟରେ ଥିଲେ ଅନ୍ୟତମ । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । କବିତା ମାଧ୍ୟମରେ ଓଡ଼ିଆ ସାହିତ୍ୟ ଜଗତକୁ ରମାକାନ୍ତ ରଥଙ୍କ ଅବଦାନ ଅତୁଳନୀୟ ବୋଲି ଟୁଇଟ୍ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/03/16/SmHyw2QqlcXQMHneyv4X.jpg)