ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Advertisment

ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ...

ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ଶେଷକୃତ୍ୟ

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ଶେଷକୃତ୍ୟ Photograph: (kanaknews)

କନକ ବ୍ୟୁରୋ: ଓଡ଼ିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି । ଆଉ ନାହାଁନ୍ତି ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ୯୧ ବର୍ଷ ବୟସରେ ରମାକାନ୍ତ ରଥଙ୍କର ପରଲୋକ ହୋଇଛି । କାଳଜୟୀ କବି ରମାକାନ୍ତ ରଥଙ୍କ ଶେଷକୃତ୍ୟ ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ହେବ । ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି । 

ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଭୂଷଣ ସ୍ଵର୍ଗତ ରଥ ଭାରତୀୟ ସାହିତ୍ୟ ଜଗତର ଅଳ୍ପ କେତେଜଣ ଶ୍ରେଷ୍ଠ କବିଙ୍କ ମଧ୍ୟରେ ଥିଲେ ଅନ୍ୟତମ । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । କବିତା ମାଧ୍ୟମରେ ଓଡ଼ିଆ ସାହିତ୍ୟ ଜଗତକୁ ରମାକାନ୍ତ ରଥଙ୍କ ଅବଦାନ ଅତୁଳନୀୟ ବୋଲି ଟୁଇଟ୍ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe